ଭୋଗରାଇରେ ବଢୁଛି ଚୋରି, ଗୋ ଚାଲାଣ

ଭୋଗରାଇ,୨ା୧୦(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଏବେ ଚୋରି, ରାହାଜାନି, ଛିନ୍‌ତାଇ ଓ ଗୋଚାଲାଣ ବୃଦ୍ଧି ପାଉଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଆନ୍ତଃରାଜ୍ୟ ଚୋର ଦଳ ଗଁା ଗଣ୍ଡା ଓ ମନ୍ଦିରରେ ପଶି ସୁନାଗହଣା, ଟଙ୍କା ଲୁଟ୍‌ କରି ଚମ୍ପଟ ମାରିବାରେ ସକ୍ଷମ ହେଉଛନ୍ତି।
ଅନୁଯାୟୀ, ଶନିବାର ରାତିରେ ଉତ୍ତର ଭୋଗରାଇର ବିଭିନ୍ନ ଅଞ୍ଚଳର ୩ ଠାକୁରାଣୀ ମନ୍ଦିରରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। କମର୍ଦ୍ଦା ଥାନା ବାସୁଳିପାଟ ଗ୍ରାମର ମା’ ବାସୁଳୀ ଠାକୁରାଣୀ, ମହାଗବ ଗ୍ରାମର ମା’ ମଙ୍ଗଳା ଓ ଚାନ୍ଦ କୁସୁମୀ ଗ୍ରାମର ମା’ ତାରିଣୀ ଠାକୁରାଣୀ ମନ୍ଦିରରୁ ଠାକୁରାଣୀଙ୍କ ମୂର୍ତ୍ତିରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ହୋଇଛି। କମର୍ଦ୍ଦା, ଭୋଗରାଇ ଓ ତାଳସାରୀ ମେରାଇନ ଥାନା ଥିବାବେଳେ ଦୁଇଟି ଫାଣ୍ଡି ରହିଛି। ତେବେ କର୍ମଚାରୀ ଅଭାବରୁ ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଂ ହୋଇପାରୁ ନ ଥିବାରୁ ଅସାମାଜିକ କାର୍ଯ୍ୟକଳାପ ବଢୁଥିବା ଅଭିଯୋଗ ହେଉଛି। ଚୋରି ହୋଇଥିବା ଅଞ୍ଚଳରେ କମର୍ଦ୍ଦା ପୋଲିସ ସନ୍ଧନୀ କୁକୁର ସହାୟତାରେ ତଦନ୍ତ ଜାରି ରଖିଛି।
ଜଳେଶ୍ୱର ଚନ୍ଦନେଶ୍ୱର ୫୭ ନଂ. ରାଜ୍ୟ ରାଜପଥ ନହରା ଶିବ ମନ୍ଦିର ପଶ୍ଚିମବଙ୍ଗରାସ୍ତାରୁ ପୋଲିସ ଗୋରୁ ଚାଲାଣ ବେଳେ ଦୁଇଟି ଟ୍ରକ୍‌ ଜବତ କରିଛି। ଏହି ଟ୍ରକ୍‌ରେ ଥିବା ୫୦ ଗୋରୁଙ୍କୁ ଉଦ୍ଧାର ପରେ ବାଲେଶ୍ୱର ବାମପଦା ଗୋଶାଳାକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ଟ୍ରକ୍‌ ଡ୍ରାଇଭରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri