ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରି ପୋଲିସ ତଦନ୍ତ କରୁଛି।

ବଡ଼ବଜାରରେ ଥିବା କେଶବ ଜୁଏଲାରୀର ମାଲିକ ଗୁରୁବାର ଶୋ’ କେସରେ ରଖିଥିବା ସୁନାଗହଣା ଷ୍ଟକ ଯାଞ୍ଚ କରିବା ବେଳେ ଏକ କାନଫୁଲ ନ ଥିବା ଦେଖି ଥିଲେ। ଦୋକାନରେ କାମ କରୁଥିବା ସମସ୍ତ କର୍ମଜାରୀଙ୍କୁ ସେ ପଚରାଉଚରା କରିଥିଲେ। ଶେଷରେ ଦୋକାନରେ ଲାଗିଥିବା କ୍ୟାମେରା ଯାଞ୍ଚ କରିବାରୁ ଗତ ୧୫ ତାରିଖ ଅପରାହ୍ନରେ ଜଣେ ବ୍ୟକ୍ତି କାନଫୁଲ କିଣିବା ବାହାନାରେ ଦେଖୁଥିବା ଜଣାପଡିଥିଲା। ସେଠାରେ ଥିବା ଦୋକାନ କର୍ମଚାରୀ ଜଣକ ଅନ୍ୟ କିଛି କାମ କରୁଥିବା ଦେଖି କୌଶଳ କ୍ରମେ ଗ୍ରାହକ ଜଣକ ସେଠାରୁ ସାଢ଼େ ୬ ଗ୍ରାମ ଓଜନର ସୁନା କାନଫୁଲକୁ ପକେଟରେ ରଖି ବାହାରକୁ ଚାଲିଯାଇଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି। ଦୋକାନ ମାଲିକ ଏନେଇ ଥାନାରେ ଅଭିଯୋଗ କରିବା ସହ ଉକ୍ତ ଫୁଟେଜଟିକୁ ମଧ୍ୟ ପୋଲିସକୁ ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା ମାମଲା(ନଂ. ୩୨୭/୨୪) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri