ବିପଦରେ ନିରଞ୍ଜନ, ଲୋଡ଼ିଲେ ସରକାରଙ୍କ ସହାୟତା, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ…

ଭୁବନେଶ୍ୱର,୨୭ା୧: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଘଟଣାକୁ ୨୪ ଘଣ୍ଟା ପୂରିଯାଇଥିଲେ ମଧ୍ୟ ପୋଲିସକୁ ଲୁଟେରା ସମ୍ପର୍କରେ କୌଣସି ସୁରାକ ମିଳିନାହିଁ। ଉକ୍ତ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନିରଞ୍ଜନ। ନିରଞ୍ଜନ ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ମୋ ଭୁବନେଶ୍ବର ଘରେ ଚୋରି ହୋଇଛି। ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ, ବରଂ ସମସ୍ତ ଭୁବନେଶ୍ବବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ। ସେ କହିଛନ୍ତି, ସରକାରଙ୍କ ଅବହେଳା ଯୋଗୁ ଆଜି ଆମ ଘର ଆମ ସାହି ଓ ଆମ ସମ୍ପଦ ବିପଦରେ । ଓଡ଼ିଶା ପୋଲିସ ଜନତାଙ୍କ ସୁରକ୍ଷା ନିଶ୍ଚିତ କରନ୍ତୁ । ଏହା ବିଜେପି ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ। ଭୁବନେଶ୍ବରକୁ ସୁରକ୍ଷିତ ରଖିବାକୁ ନିବେଦନ କରିଛନ୍ତି ନିରଞ୍ଜନ।

 

ସୂଚନଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ନିରଞ୍ଜନଙ୍କ ନୟାପଲ୍ଲୀ ଆଇଆର୍‌ସି ଭିଲେଜ ଏନ୍‌-୩ସ୍ଥିତ ଘରୁ ଚୋରି ହୋଇଥିଲା। ଯେଉଁ ଘରେ ପୁଅ ବୋହୂ , ନାତିଙ୍କ ସହ ରୁହନ୍ତି ନିରଞ୍ଜନ । ଏତେ ହାଇ ସିକ୍ୟୁରିଟି ଜୋନ୍‌ରେ ଥାଇ ଭିଆଇପି ଏରିଆ ହୋଇ ରାତି ଅଧରେ ମୁଖା ପିନ୍ଧା ଦୁର୍ବୃତ୍ତ ଘରେ ପଶି କଳାକନା ବୁଲାଇ ଦେଇଛନ୍ତି। ଘରୁ ୫୦ ଲକ୍ଷ ଟଙ୍କାର ଗହଣା ଏବଂ ନଗଦ ଅଢେଇ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ତାହା ପୁଣି ମାଷ୍ଟର ବେଡ୍‌ରୁମରେ ପଶି ଲୁଟେରା ଲୁଟିଛି। ସିସିଟିଭିରେ ସବୁକିଛି କଏଦ ହୋଇଛି। ଯଦିଓ କ୍ୟାମେରାରେ ଜଣଙ୍କୁ ଦେଖିବାକୁ ମିଳିଛି ଏହି ଘଟଣା ଅନ୍ୟମାନେ ସମ୍ପୃକ୍ତ ଥିବେ ବୋଲି କୁହାଯାଉଛି।

ନିରଞ୍ଜନଙ୍କ ପୁଅ ବୋହୂ ସାତପଡ଼ା ବୁଲିବାକୁ ଯାଇଥିବାବେଳେ ଘରେ ପଶିଥିଲେ ଲୁଟେରା। ନିଜେ ନିରଞ୍ଜନ ପଟ୍ଟନାୟକ ମଧ୍ୟ ଫାଷ୍ଟ ଫ୍ଲୋର୍‌ରେ ଶୋଇଥିଲେ। ମାତ୍ର ଚୋରି ବିଷୟରେ କିଛି ଜାଣିପାରିନଥିଲେ। ବିଭିନ୍ନ ଦିଗକୁ ନେଇ ପୋଲିସ କମିଶନର, ଉଭୟ କଟକ ଓ ଭୁବନେଶ୍ବର ଡିସିପି ଛାନ୍‌ଭିନ୍‌ ଚଳାଇଛନ୍ତି।

ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରିବା ସହ ଫୋନ କରି ନିରଞ୍ଜନଙ୍କଠାରୁ ସବୁକିଛି ବୁଝିଥିଲେ। ଅନ୍ୟପକ୍ଷରେ ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ମଧ୍ୟ ଲୁଟେରାର ପତ୍ତା ପାଇନି ପୋଲିସ। ଯାହାକୁ ନେଇ ନାନା ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri