ସାକ୍ଷୀଗୋପାଳ ମନ୍ଦିରରୁ ଚୋରି: ରାଧାଙ୍କ ଶ୍ରୀଅଙ୍ଗରୁ ଖୋଲିନେଲେ ଅଳଙ୍କାର 

ସାକ୍ଷୀଗୋପାଳ,୧୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲାର ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି । ଚୋରମାନେ ସାକ୍ଷୀଗୋପାଳ ବେଢ଼ା ଭିତରେ ପଶି ପାର୍ଶ୍ୱମନ୍ଦିର ଚଳନ୍ତି ପ୍ରତିମା ମଦନ ମୋହନ ଦେବ ଓ ଗୋପିନାଥଙ୍କ ସହିତ ରାଧାଙ୍କ ଶ୍ରୀଅଙ୍ଗରୁ ସୁନା ରୁପା ଅଳଙ୍କାର ଲୁଟିନେଇଛନ୍ତି। ଏହାସହ ୨ଟି ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଉଠାଇ ନେବାରେ ସକ୍ଷମ ହୋଇଛନ୍ତି। ତମାଳ ଗଛମୂଳେ ସ୍ଥାପିତ ହୁଣ୍ଡି ତାଲା ଭାଙ୍ଗି ସମସ୍ତ ଟଙ୍କା ପଇସା ଲୁଟି ନେଇଛନ୍ତି । ମନ୍ଦିର ପରିସରରେ ଥିବା ଖଟଣି ରୋଷଘର ମଧ୍ୟରେ ୨ଟି ଭାଙ୍ଗା ହୁଣ୍ଡି ଛାଡି ଯାଇଛନ୍ତି ।
ମନ୍ଦିର ପରିଦର୍ଶକଙ୍କ  କାର୍ଯ୍ୟାଳୟ  ତାଲା ଭାଙ୍ଗି  ସିସି କ୍ୟାମେରା ମନିଟର  ସହ ମାଇକ ସେଟ୍‌  ଚୋରିକରି ନେଇ ଯାଇଛନ୍ତି । ଚୋରମାନେ ମନ୍ଦିର ଦକ୍ଷିଣ ଦ୍ୱାର ପାଚେରି ଡେଇଁ ମନ୍ଦିରକୁ ପ୍ରବେଶ କରିବାପରେ ୬ଟି ତାଲା ଭାଙ୍ଗିଥିବାର ଜଣାପଡ଼ିଛି ।
ପୋଲିସ ସିସି କ୍ୟାମେରା ହାର୍ଡ ଡିସ୍କଟିକୁ ଜବତ କରି ନେଇଛିି।
ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ଏସ୍‌ଡିପିଓ ବିରଞ୍ଚି ନାରାୟଣ ପତି, ସତ୍ୟବାଦୀ ଥାନା ଆଇଆଇସି ବିଜୟ କେତନ ବେହେରା, ଏସ୍‌ଆଇ ସୁରମା ସ୍ବାଇଁ  ଓ ଫରେନସିକ୍‌ ଟିମର ବିରଜା ପ୍ରସାଦ ସାମଲ ଆଙ୍ଗୁଳି ଛାପ ବିଶେଷଜ୍ଞ, ଜିଲା ଅପରାଧ ତଦନ୍ତ ବିଜ୍ଞାନାଗାର ଅଧିକାରୀ ଆଦିତ୍ୟ ରଞ୍ଜନ ନାୟକ  ଓ ଫଟୋଗ୍ରାଫର ରମେଶ ବାରିକଙ୍କ ସମେତ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ସ୍ଥାନୀୟ ଅଞ୍ଚଳର ପେଶାଦାର ଅପରାଧୀଙ୍କୁ ପୋଲିସ ଉଠାଇ ନେଇ ପଚରାଉଚରା କରୁଛି । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱବାସୀ ତ୍ରିପାଠୀ ସତ୍ୟବାଦୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ମଦନମୋହନଙ୍କ ନୀତି କରିବା ସମ୍ଭବ ନ ହେବାରୁ  ଠାକୁରଙ୍କ ପହିଲି ଭୋଗ ନୀତି ବିଳମ୍ବ ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri