ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.):
ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପୋଲିସ ଏକ ମାମଲା (ନଂ.୩୯୬/୨୦) ରୁଜୁ କରିବା ସହ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ସୂଚନା ଅନୁଯାୟୀ, ସବୁଦିନ ପରି ପାଳିଆସେବକ ଶଙ୍କର ମନ୍ଦିର ଖୋଲିବା ଲାଗି ମଙ୍ଗଳବାର ଭୋର ସାଢ଼େ ୫ଟାରେ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ମୁଖ୍ୟ ଫାଟକ ଖୋଲାଥିବା ବେଳେ ଗର୍ଭଗୃହ କବାଟ ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ମନ୍ଦିର ପରିସରରେ ରହିଥିବା ୩୧ଟି ମୂର୍ତ୍ତିି ମଧ୍ୟରୁ ୨୨ଟି ମୂର୍ର୍ତ୍ତି ନ ଥିବା ଦେଖିଥିଲେ। ଚୋରି ହୋଇଥିବା ମୂର୍ତ୍ତିଗୁଡ଼ିକ ମଧ୍ୟରେ ମା’ କନକଦୁର୍ଗା, ଗୋପୀନାଥ ଦେବ, କଳିଯୁଗେଶ୍ୱର ଦେବ ଓ ଚନ୍ଦ୍ରଶେଖର, ଲକ୍ଷ୍ମୀ, ସରସ୍ବତୀ ଓ ଗଣେଶ ଆଦିି ଦେବଦେବୀଙ୍କ ପ୍ରତିମୂର୍ତ୍ତି ରହିଛି। ଏନେଇ ସେ ସଙ୍ଗେ ସଙ୍ଗେ ଦେବୋତ୍ତର କମିଟିକୁ ଜଣାଇଥିଲେ। ଖବରପାଇ ଭୁବନେଶ୍ୱର ପ୍ରତ୍ନତତ୍ତ୍ୱ ବିଭାଗୀୟ ଅଧିକାରୀ, ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ବାଲୁଗଁା ଏସ୍‌ଡିପିଓ ସୁରେଶ ଦାଶ, ବାଣପୁର ତହସିଲଦାର ମନ୍ମଥ ବେହେରା, ଥାନାଧିକାରୀ ସଞ୍ଜୟ ପଟ୍ଟନାୟକ ପ୍ରମୁଖ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖାଯାଇଛି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି ସ୍ବାଇଁ କହିଛନ୍ତି। ଅନ୍ୟପଟେ ମନ୍ଦିରରୁ ମୂର୍ତ୍ତି ଚୋରି ନେଇ ବାଣପୁର ଐତିହ୍ୟ ସୁରକ୍ଷା ସମିତି ଏବଂ ଖୋର୍ଦ୍ଧା ଐତିହାସିକ ସମାଜର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି କୀର୍ତ୍ତିରାଜିର ପୁନରୁଦ୍ଧାର ଲାଗି ଦାବି କରିଛନ୍ତି।
ଐତିହ ବିଶାରଦ ପ୍ରାଧ୍ୟାପକ ଗୋପାଳକୃଷ୍ଣ ଦାସ କୁହନ୍ତି, ବାଣପୁରସ୍ଥ ଦକ୍ଷେଶ୍ୱର ମନ୍ଦିରର ଭାସ୍କର୍ଯ୍ୟ ପ୍ରତ୍ନତତ୍ତ୍ୱ ଦୃଷ୍ଟିରୁ ଓଡ଼ିଶାରେ ପ୍ରଖ୍ୟାତ। ସପ୍ତରଥ ଶୈଳୀରେ ନିର୍ମିତ ଏହି ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଅତି ମନୋରମ। ପ୍ରଖ୍ୟାତ ପ୍ରତ୍ନତତ୍ତ୍ୱବିତ୍‌ ଥୋମାସ୍‌ ଡୋନାଲ୍ଡ ସନ୍‌ ତାଙ୍କର ରଚିତ ହିନ୍ଦୁ ଟେମ୍ପୁଲ ଆକ୍ଟ ଇନ୍‌ ଓଡ଼ିଶା ଗ୍ରନ୍ଥରେ, ବିଶିଷ୍ଟ ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ ଦି ହିଷ୍ଟ୍ରି ଅଫ୍‌ ଓରିସା ଗ୍ରନ୍ଥ ଏବଂ ଐତିହାସିକ ବ୍ରଜବନ୍ଧୁ ଦାସ ବାଣପୁର ଇତିହାସ ଗ୍ରନ୍ଥରେ ଦକ୍ଷ ପ୍ରଜାପତିଙ୍କ ମନ୍ଦିର ସମ୍ପର୍କରେ ତଥ୍ୟପୂର୍ଣ୍ଣ ଆଲୋଚନା କରିଛନ୍ତି। ମନ୍ଦିରରେ ରହିଥିବା ମୂର୍ତ୍ତିଗୁଡ଼ିକ ଅତି ପ୍ରାଚୀନ ଏବଂ ଅନ୍ତର୍ଜାତୀୟ ବଜାରରେ ଏହାର ମୂଲ୍ୟ କୋଟି କୋଟି ଟଙ୍କା ହେବା ନେଇ ଆକଳନ କରାଯାଇଛି। ମନ୍ଦିରରୁ ମୂର୍ତ୍ତି ଚୋରି ହେବା ଦୁଃଖଦାୟକ ଘଟଣା। ଏହାର ପୁନରୁଦ୍ଧାର ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri