କରୋନା ଆକ୍ରାନ୍ତଙ୍କ ଘରୁ ଚୋରି

ଚୌଦ୍ୱାର,୧୫।୮(ଡି.ଏନ୍‌.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି ।

ସୂଚନା ଅନୁଯାୟୀ, ଚୌଦ୍ୱାର ଓଟିଏମ୍‌ କଲୋନୀ ସତ୍ୟନାରାୟଣ ମନ୍ଦିର ପଛପଟେ ରହୁଥିବା ଜଣେ ବ୍ୟକ୍ତି ଦୃର୍ଘଟଣାରେ ଆହତ ହୋଇଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର କୋଭିଡ୍‌ ପରୀକ୍ଷା କରାଯାଇଥିଲା। ସେ କରୋନା ପଜିଟିଭ ଥିବା ଜଣାପଡ଼ିଥିଲା। ବର୍ତମାନ ସେ ଚିକିତ୍ସାଧିନ ଅଛନ୍ତି। ତାଙ୍କର ପଜିଟିଭ୍‌ ବାହାରିବା ପରେ ପରିବାରର ଅନ୍ୟ ୪ଜଣ ସଦସ୍ୟଙ୍କୁ ମଧ୍ୟ ହୋମ୍‌ କ୍ୱାରେଣ୍ଟିନରେ ରହିବା ପାଇଁ ପରାମର୍ଶ ଦିଆଯାଇଥିଲା । ହେଲେ ଘରେ ଏତେ ଜାଗା ନଥିବା ହେତୁ ପରିବାର ଅନ୍ୟତ୍ର ରହୁଥିଲେ। ଘରେ ତାଲା ପକାଇ ସମସ୍ତେ ଚିକିତ୍ସା ଅବସ୍ଥାରେ ଥିବା ବେଳେ ଏହାର ସୁଯୋଗ ନେଇ ଚୋର ତାଙ୍କ ଘରୁ ଲାପଟପ୍‌, ଟିଭି, ସୁନାଗହଣା ସହ ନଗଦ ୪୦ହଜାର ଟଙ୍କା ସମେତ ବହୁ ଆସବାବପତ୍ର ଚୋରି କରିନେଇଛନ୍ତି। ତେବେ ପରିବାର ଲୋକେ ପଡ଼ୋଶୀଙ୍କ ଠାରୁ ଖବର ପାଇ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇ ଚୌଦ୍ୱାର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri