ଦୁଇ ଥାନା ଅଞ୍ଚଳରୁ ଚୋରି, ପୋଲିସର ତନାଘନା

ବ୍ରହ୍ମପୁର ଅଫିସ,୧୦ା୨: ବ୍ରହ୍ମପୁର ସହରର ଦୁଇଟି ଥାନା ଅଞ୍ଚଳରୁ ଚୋରି ଘଟଣା ସାମ୍ନାକୁ ଆସିଛି। ବୈଦ୍ୟନାଥପୁର ଥାନା ଗଣେଶନଗରରେ ଏକ ନିର୍ମାଣାଧୀନ ଘରୁ ଦୁଇଟି ପାଣି ପମ୍ପ, ୪୦ଟି ସୁଇଚ୍‌ ବୋର୍ଡ଼, ବିଦ୍ୟୁତ ତାର, ଗୋଟିଏ ଡ୍ରିଲ୍‌ ମେଶିନ୍‌ ଏଭଳି ପ୍ରାୟ ୪୦ରୁ ୫୦ହଜାର ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଲାଞ୍ଜିପଲ୍ଲୀ ଗୌଡ଼ ସାହିର ଚିନ୍ତାମଣି ଭୂୟାଁ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ନିର୍ମାଣାଧୀନ ଘରଟି ତାଙ୍କ ଶ୍ୱଶୁରଙ୍କର। ଏହାର ତଦାରଖ ଦାୟିତ୍ୱ ଚିନ୍ତାମଣିଙ୍କ ଉପରେ ନ୍ୟସ୍ତ ଥିଲା। ଗତ ୮ ତାରିଖ ସକାଳେ ଘରୁ ଚୋରି ହୋଇଥିବା ଜାଣିବା ପରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ପୋଲିସ ଏକ ମାମଲା(ନଂ.୭୭/୨୩) ରୁଜୁ କରି ଘଟଣାର ତଦନ୍ତ କରୁଛି। ସେହିପରି ଗୋଷଣୀ ନୂଆଗାଁ ଥାନା ଅନ୍ତର୍ଗତ ସଦାନନ୍ଦ ବିହାରରେ ଜଣଙ୍କ ଘରୁ ଚୋରି ହୋଇଛି। ଗୃହ ନିର୍ମାଣ ବୋର୍ଡ଼ର ଜଣେ କନିଷ୍ଠ ଯନ୍ତ୍ରୀ ଗତ ୫ରୁ ୭ତାରିଖ ପର୍ଯ୍ୟନ୍ତ ଘରେ ତାଲା ପକାଇ ଆସିକାରେ ଚାଲିଥିବା କାମ ତଦାରଖ କରିବାକୁ ଯାଇଥିଲେ। ସେଠାରୁ ୮ତାରିଖରେ ଫେରିଲା ପରେ ସାମ୍ନାପଟ କବାଟ ତାଲା ଭଙ୍ଗି ଘରୁ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଘରୁ ଏକ ବାଇକ୍‌ (ନଂ.ଓଆର୍‌୦୫ଏସ୍‌-୪୦୧୫) ଓ ଆଲମାରୀରୁ ୧୦ହଜାର ଟଙ୍କା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୩୬/୨୩) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri