ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲୁଟ୍‌ପାଟ କରିଥିବା ଜଣାପଡ଼ିଛି।

ଦୁର୍ବୃତ୍ତମାନେ ମନ୍ଦିରରୁ ସୁନା ଓ ରୁପା ଅଳଙ୍କାର ସହ ଦାନ ହୁଣ୍ଡିରେ ଥିବା ଟଙ୍କା ମଧ୍ୟ ଲୁଟି ନେଇଛନ୍ତି। ଏହାସହ ମନ୍ଦିର ପରିସରରେ ଥିବା ଲଳିତା ଦେବୀଙ୍କ ମନ୍ଦିରରୁ ମଧ୍ୟ ଚୋରି ହୋଇଥିବା ଅଭିଯୋଗ ରହିଛି।

ସେବାୟତଙ୍କ ସୂଚନା ଅନୁସାରେ, ପ୍ରାୟ ଦୁଇ ତୋଳା ସୁନା ଏବଂ ୪ କିଲୋଗ୍ରାମରୁ ଊର୍ଦ୍ଧ୍ୱ ରୁପା ଅଳଙ୍କାର ଚୋରି ହୋଇଛି। ତେବେ ଚୋରି ହୋଇଥିବା ସମ୍ପତ୍ତିର ମୋଟ ମୂଲ୍ୟ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ।

ଚୋରି କରିବା ପୂର୍ବରୁ ଦୁର୍ବୃତ୍ତମାନେ ମନ୍ଦିରରେ ଲାଗିଥିବା ସିସିଟିଭି କ୍ୟାମେରାର ତାର କାଟି ଦେଇଥିବା ଅଭିଯୋଗ ହୋଇଛି। ଏହାସହ ସିସିଟିଭିର ହାର୍ଡଡିସ୍କ ମଧ୍ୟ ଖୋଲି ନେଇଯାଇଛନ୍ତି। ଫଳରେ ଚୋରି ଘଟଣାର ସିସିଟିଭି ଫୁଟେଜ୍‌ ପୋଲିସ ହାତରେ ଲାଗିବା ନେଇ ସନ୍ଦେହ ସୃଷ୍ଟି ହୋଇଛି।

ଶନିବାର ସକାଳେ ପୂଜକ ମନ୍ଦିରକୁ ଯିବା ପରେ ଚୋରି ଘଟଣା ସମ୍ପର୍କରେ ଜଣାପଡ଼ିଥିଲା। ମନ୍ଦିରର ତାଲା ଭଙ୍ଗାଯାଇଥିବା ଏବଂ ଭିତରେ ଥିବା ସାମଗ୍ରୀ ଏଣେତେଣେ ପଡ଼ିଥିବା ଦେଖିବା ପରେ ସେବାୟତ ଓ ମନ୍ଦିର କର୍ମଚାରୀମାନେ ଘଟଣା ସମ୍ପର୍କରେ ଜାଣିଥିଲେ।

ଖବର ପାଇ ଗୁଣୁପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି। ମନ୍ଦିରର ବିଭିନ୍ନ ସ୍ଥାନ ଯାଞ୍ଚ କରିବା ସହ ଚୋରି ସମ୍ପର୍କରେ ସେବାୟତ ଓ ଅନ୍ୟମାନଙ୍କୁ ପଚରାଉଚରା କରାଯାଉଛି। ଚୋରିରେ ସମ୍ପୃକ୍ତ ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରି ଧରିବା ସହ ଚୋରି ହୋଇଥିବା ସୁନା, ରୁପା ଅଳଙ୍କାର ଓ ଟଙ୍କା ଉଦ୍ଧାର କରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri