ଛୁଟିର ସୁଯୋଗ ନେଇ ବିଦ୍ୟାଳୟ ଶ୍ରେଣୀଗୃହ ତାଲାଭାଙ୍ଗି ଚୋରି, ସୁରକ୍ଷା ବଢ଼ାଇବାକୁ ରମ୍ଭା ଥାନାରେ…

ଗଞ୍ଜାମ,୮।୧୦(ଅଖିଳ ତରାଇ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଚୋରି ହୋଇଛି। ଦଶହରା ଛୁଟି ସରିବା ପରେ ସ୍କୁଲ କର୍ତ୍ତୃପକ୍ଷ ଏକ ଶ୍ରେଣୀଗୃହର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ବହିପତ୍ର ଏବଂ କିଛି ଜରୁରୀ କାଗଜପତ୍ର ଏଣେତେଣେ ପକାଇଥିବା ଦେଖିବାକୁ ପାଇଛନ୍ତି। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନ ସମୟରେ ଲଗାଯାଇଥିବା ସିସିଟିଭି କ୍ୟାମେରା ମଧ୍ୟ ଚୋରି ହୋଇଯାଇଥିଲା। ପୁନର୍ବାର ସେଭଳି ଏକ ଚୋରି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି।
ବିଦ୍ୟାଳୟ ହେଉଛି ଶିକ୍ଷାର ମନ୍ଦିର। ପିଲାମାନେ ଏଠାକୁ ବିଦ୍ୟାଲାଭ କରିବାକୁ ଆସୁଥିବା ବେଳେ ଏବେ ଏହାର ସୁରକ୍ଷା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍କୁଲ କର୍ତ୍ତୃପକ୍ଷ ଏବଂ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ରମ୍ଭା ଥାନାରେ ଅଭିଯୋଗ ଦାୟର କରାଯାଇଛି।  ସ୍ଥାନୀୟ ଲୋକମାନେ ଏହି ଚୋରିର ପଛରେ କୌଣସି ରାଜନୈତିକ କାରଣ ଥାଇପାରେ ବୋଲି ସନ୍ଦେହ କରୁଛନ୍ତି, କାରଣ ପୂର୍ବରୁ ସିସିଟିଭି ଚୋରି ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଦୋଷୀମାନଙ୍କୁ ଧରିବାକୁ ପ୍ରତିଶ୍ରୁତି ଦେଇଛି। ଏହି ଘଟଣା ଗ୍ରାମର ଅଭିଭାବକମାନଙ୍କୁ ଚିନ୍ତାରେ ପକାଇଛି। ସେମାନେ ବିଦ୍ୟାଳୟର ସୁରକ୍ଷା ବଢାଇବାକୁ ଦାବି କରୁଛନ୍ତି।
Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri