ଦୁଇ ମନ୍ଦିରରୁ ଚୋରି ଘଟଣା:୨ ଗିରଫ, ୩ ଲକ୍ଷ ଟଙ୍କାର ଚୋରି ଜିନିଷ ଉଦ୍ଧାର

ଭଞ୍ଜନଗର,୨୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଛେଦାଭୁମି ବିଶନାଥ ମନ୍ଦିର ଏବଂ ଶ୍ରୀରାମ ନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରୁ ବୁଧବାର ରାତିରେ ଚୋରି ହୋଇଥିଲା। ଉଭୟ ମନ୍ଦିରରୁ ପ୍ରାୟ ୩ ଲକ୍ଷ ଟଙ୍କାର ମୂର୍ତ୍ତି ସମେତ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା। ଏହି ମାମଲାରେ ପୋଲିସ ଗୁରୁବାର ଦୁଇ ଜଣକୁ ଗିରଫ କରିବା ସହ ସେମାନଙ୍କ ଠାରୁ ଲୁଟ ଜିନିଷ ଉଦ୍ଧାର କରିଛି। ଏହାପରେ ଉଭୟ ମନ୍ଦିର କମିଟି କୁ ଉଦ୍ଧାର ଜିନିଷ ହସ୍ତାନ୍ତର କରାଯାଇଛି । ଗିରଫ ଦୁଇଜଣ ହେଲେ ମୁନା ନାଇକ, ରୋଶନ ନାଇକ।
ଭଞ୍ଜନଗର ଏସଡିପିଓ ସୁଜିତ୍‌ କୁମାର ନାୟକ ଏକ ଖବରଦାତା ସମ୍ମିଳନୀରେ ତାହା ପ୍ରକାଶ କରିଛନ୍ତି।
ଏହି ସମୟରେ ଥାନା ଅଧିକାରୀ ଜିବନାନନ୍ଦ ଜେନା, ଏସଆଇ ସମୀର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ଏସଡିପିଓ ଶ୍ରୀ ନାୟକ କହିଥିଲେ ଯେ ଅଭିଯୁକ୍ତମାନେ ଆଉ କିଛି ମାମଲାରେ ମଧ୍ୟ ଜଡିତ ଅଛନ୍ତି। ଏନେଇ ତଦନ୍ତ ଚାଲିଛି। ଏଥିସହ ସାଇ ମନ୍ଦିର ସମେତ ଅନ୍ୟାନ୍ୟ ଚୋରି ସମ୍ପର୍କରେ ତଦନ୍ତ ଚାଲିଛି। ଖୁବଶୀଘ୍ର ଅନ୍ୟ ଚୋରି ଘଟଣାର ଅଭିଯୁକ୍ତ ମାନକୁ ମଧ୍ୟ ଗିରଫ କରାଯିବ ବୋଲି ଏସଡିପିଓ କହିଥିଲେ।
ଘଟଣାରୁ ପ୍ରକାଶ ଯେ, ଅଭିଯୁକ୍ତମାନେ ଘଟଣା ରାତିରେ ପ୍ରଥମେ ଶ୍ରୀ ଅରବିନ୍ଦ ଶକ୍ତିପୀଠରୁ ବିଭିନ୍ନ ଜିନିଷ ଚୋରି କରିଥିଲେ। ଏହାପରେ ବିଶନାଥ ମନ୍ଦିରରୁ ଚୋରି କରିଥିଲେ। ଲୋକେ ଏନେଇ ସନ୍ଦେହରେ ଅଭିଯୁକ୍ତ ମାନକୁ ଠାବ କରି ପଚରାଉଚରା କରିବା ପରେ ଲୁଟ ଜିନିଷ ମିଳିଥିଲା। ଏହାପରେ ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରି ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri