ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ ପୋଲିସ ଏକ ଚୋରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ଏହି ଥାନା ଅଧିନସ୍ଥ ପିତାତଳି ଗ୍ରାମର ଏସ୍‌ ସାହୁକାର ରାଓ ପେଟ୍ରୋଲ ପମ୍ପ ନିକଟରେ ଏକ କୋଠା ନିର୍ମାଣ କରୁଛନ୍ତି। ଏହି କୋଠା ପରିସରରୁ ନିର୍ମାଣ ପାଇଁ ବ୍ୟବହୃତ ଲୁହା ସାମଗ୍ରୀ ରଖି ଥିବା ବେଳେ ସୋମବାର ରାତିରେ କୌଣସି ଦୁର୍ବୃତ୍ତ ପ୍ରାୟ ୨ ଟନ୍‌ ଓଜନର ଲୁହା ପ୍ଲେଟ୍‌ ସମେତ ଅନ୍ୟାନ୍ୟ ସାମଗ୍ରୀ ଚୋରି କରି ନେଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ଥାନା କେସ୍‌ ନଂ ୨୬୮/୨୪ ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri