ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ କ୍ଷୀର ଚୋରି, ୪ ଗିରଫ

Go back

Your message has been sent

Warning
Warning
Warning
Warning

Warning.

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଗୁରୁଦ୍ୱାରା ଛକ-ରେଲ ଷ୍ଟେଶନ ରୋଡ୍‌ ପାର୍ଶ୍ୱରେ ରହିଥିବା ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ ଦୁଗ୍ଧ (କ୍ଷୀର) ଚୋରି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଗ୍ରାମାଞ୍ଚଳ ଥାନା ତୋରା ଆମ୍ବପଡ଼ାର ସରୋଜ ସୁନା(୨୫), କାହ୍ନା କାଲସାଇ(୨୩), ବିହାର ରାଜ୍ୟ ଛାପ୍ରା ଜିଲା ରୁସୁଲପୁର ଥାନା ଲକଡଚାପଡ଼ାର ମୂଳ ବାସନ୍ଦା ତଥା ବରଗଡ଼ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରେ ରହୁଥିବା ସୁଜିତ ସିଂ(୩୩) ଏବଂ ବିହାର ରାଜ୍ୟ ସିବାଙ୍ଗ ଜିଲା ଡାରୁଙ୍ଗା ଥାନା ଚକ୍ରି ଗ୍ରାମର ମୂଳ ବାସିନ୍ଦା ତଥା ବରଗଡ଼ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟର ସୁରକ୍ଷାକର୍ମୀ ଜିତେନ୍ଦ୍ର ସିଂ(୫୨)। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ସରୋଜ ଉକ୍ତ ପ୍ଲାଣ୍ଟରେ ପୂର୍ବରୁ କାର୍ଯ୍ୟ କରୁଥିବାବେଳେ ଅନ୍ୟ ୩ ଅଭିଯୁକ୍ତ ଏବେ ପ୍ଲାଣ୍ଟରେ କାର୍ଯ୍ୟରତ ଥିଲେ। ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନା ପୋଲିସ ଏକ ମାମଲା (ନଂ.୯୯/୨୫) ରୁଜୁ କରିଛି। ସମସ୍ତ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରି ପୋଲିସ ଅଧିକ ତଦନ୍ତ କରୁଛି।
ସୂଚନା ଅନୁଯାୟୀ, ଉକ୍ତ ପ୍ଲାଣ୍ଟରୁ ଗତ ମାସ ୨୭ତାରିଖରେ ୪ଟି କେନରେ ରହିଥିବା ୧୬୦ଲିଟର କ୍ଷୀର ଚୋରି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ସିସିଟିଭି ଫୁଟେଜ ଯାଞ୍ଚ କରିବାରୁ ଉକ୍ତ ଅଭିଯୁକ୍ତମାନେ ତାହା ଚୋରି କରିଥିବା ଜଣାପଡିଥିଲା। ଏ ନେଇ ସମଲେଶ୍ୱରୀ ଆଞ୍ଚଳିକ ଦୁଗ୍ଧ ସଂଘର ସାଧାରଣ ପରିଚାଳକ ଡ. ସରୋଜ କୁମାର ସାହୁ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri