ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ କ୍ଷୀର ଚୋରି, ୪ ଗିରଫ

Go back

Your message has been sent

Warning
Warning
Warning
Warning

Warning.

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଗୁରୁଦ୍ୱାରା ଛକ-ରେଲ ଷ୍ଟେଶନ ରୋଡ୍‌ ପାର୍ଶ୍ୱରେ ରହିଥିବା ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ ଦୁଗ୍ଧ (କ୍ଷୀର) ଚୋରି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଗ୍ରାମାଞ୍ଚଳ ଥାନା ତୋରା ଆମ୍ବପଡ଼ାର ସରୋଜ ସୁନା(୨୫), କାହ୍ନା କାଲସାଇ(୨୩), ବିହାର ରାଜ୍ୟ ଛାପ୍ରା ଜିଲା ରୁସୁଲପୁର ଥାନା ଲକଡଚାପଡ଼ାର ମୂଳ ବାସନ୍ଦା ତଥା ବରଗଡ଼ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରେ ରହୁଥିବା ସୁଜିତ ସିଂ(୩୩) ଏବଂ ବିହାର ରାଜ୍ୟ ସିବାଙ୍ଗ ଜିଲା ଡାରୁଙ୍ଗା ଥାନା ଚକ୍ରି ଗ୍ରାମର ମୂଳ ବାସିନ୍ଦା ତଥା ବରଗଡ଼ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟର ସୁରକ୍ଷାକର୍ମୀ ଜିତେନ୍ଦ୍ର ସିଂ(୫୨)। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ସରୋଜ ଉକ୍ତ ପ୍ଲାଣ୍ଟରେ ପୂର୍ବରୁ କାର୍ଯ୍ୟ କରୁଥିବାବେଳେ ଅନ୍ୟ ୩ ଅଭିଯୁକ୍ତ ଏବେ ପ୍ଲାଣ୍ଟରେ କାର୍ଯ୍ୟରତ ଥିଲେ। ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନା ପୋଲିସ ଏକ ମାମଲା (ନଂ.୯୯/୨୫) ରୁଜୁ କରିଛି। ସମସ୍ତ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରି ପୋଲିସ ଅଧିକ ତଦନ୍ତ କରୁଛି।
ସୂଚନା ଅନୁଯାୟୀ, ଉକ୍ତ ପ୍ଲାଣ୍ଟରୁ ଗତ ମାସ ୨୭ତାରିଖରେ ୪ଟି କେନରେ ରହିଥିବା ୧୬୦ଲିଟର କ୍ଷୀର ଚୋରି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ସିସିଟିଭି ଫୁଟେଜ ଯାଞ୍ଚ କରିବାରୁ ଉକ୍ତ ଅଭିଯୁକ୍ତମାନେ ତାହା ଚୋରି କରିଥିବା ଜଣାପଡିଥିଲା। ଏ ନେଇ ସମଲେଶ୍ୱରୀ ଆଞ୍ଚଳିକ ଦୁଗ୍ଧ ସଂଘର ସାଧାରଣ ପରିଚାଳକ ଡ. ସରୋଜ କୁମାର ସାହୁ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri