ପଞ୍ଚାୟତ କାର୍ଯ୍ୟାଳୟରୁ ୫ ଲକ୍ଷ ଟଙ୍କାର କୋଭିଡ୍‌ ସାମଗ୍ରୀ ଚୋରି

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ପଙ୍ଗାତିରା ପଞ୍ଚାୟତ କାର୍ଯ୍ୟାଳୟରୁ ବିପୁଳ ପରିମାଣର କୋଭିଡ ସାମଗ୍ରୀ ଚୋରି ହୋଇଛି। ଏନେଇ ଥାନାରେ ଏତଲା ମଧ୍ୟ ହୋଇଛି। ଚୋରି ସାମଗ୍ରୀର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।
ପୋଲିସ ସୂଚନା ମୁତାବକ, କରୋନାର ପ୍ରଥମ ଲହର ସମୟରେ ପଙ୍ଗାତିରା ପଞ୍ଚାୟତକୁ କୋଭିଡ୍‌ ସେଣ୍ଟର ଭାବେ ବ୍ୟବହାର କରାଯାଉଥିଲା। ତେବେ ସେହି ସମୟରେ ବ୍ୟବହାର ହୋଇଥିବା ସାମଗ୍ରୀ ଓ ଅବ୍ୟବହୃତ କିଛି ନୂଆ ସାମଗ୍ରୀ ଚୋରି ହୋଇଛି। ଏକ ଡିଜେଲ ଜେନେରେଟର ସେଟ୍‌, ୨୦୦ଟି ସପ, ୨୦୦ଟି ମଗ, ୨୦୦ଟି ବେଡ୍‌ଶିଟ, ୧୫ଟି ଚୌକି, ୨ଟି ଟେବୁଲ, ୧୫୦ଟି ସୋଲାର ଆଲୋକ ସହିତ ସରକାରୀ କାଗଜପତ୍ର ଚୋରି ହୋଇଛି। ଏଥିରେ ଗ୍ରାମବାସୀ ପଞ୍ଚାୟତର ସରପଞ୍ଚ ଓ ରାତ୍ରି ଜଗୁଆଳିଙ୍କୁ ଦାୟୀ କରୁଛନ୍ତି। ଏ ନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri