ରାସ୍ତାକଡରେ ଗାଡ଼ି ରଖି ଯାଇଥିଲେ ପାଣି ପିଇବାକୁ ଆଇଲା ବେଳକୁ  ନଥିଲା, ଏବେ  ଚୋରଗଲେ…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କେଦାର ଦାସଙ୍କ ଠାରୁ ପୋଲିସ ଦୁଇଟି ଚୋରି ବାଇକ ଜବତ କରଛି। ଥାନା ମାମଲା ନଂ. ୨୫୫/୨୫ ଅନୁଯାୟୀ ମଙ୍ଗଳବାର ତାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛିି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।
ଶନିବାର ରାତି ପ୍ରାୟ ସାଢେ ୯ଟାରେ ପାଟପୁର ଥାନା ନରସିଂହଗଡ ଗ୍ରାମର କୁନା ପ୍ରଧାନ ତାଙ୍କ ବଡ ଭାଇଙ୍କ ବାଇକ (ନଂ.ଓଡି ୦୭ ଟି – ୪୫୨୬) ଯୋଗେ ଦିଗପହଣ୍ଡି ଆସି ସ୍ଥାନୀୟ ପୁଞ୍ଜିକଂୟା ଛକରେ ଏକ ଯାତ୍ରୀବାହୀ ବସ୍‌କୁ ଅପେକ୍ଷା କରିଥିଲେ। ବାଇକକୁ ରାସ୍ତାକଡରେ ରଖି ପାଣି ପିଇବାକୁ ଯାଇଥିବା ବେଳେ ତାଙ୍କ ବାଇକକୁ କେହି ଦୁର୍ବୃତ୍ତ ଚୋରି କରିଥିଲେ। ଏ ନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ପ୍ରାପ୍ତ ସୂଚନାକୁ ଭିତ୍ତିକରି ମଙ୍ଗଳବାର ସକାଳେ ତଦନ୍ତକାରୀ ଅଧିକାରୀ ଏଏସଆଇ କେ.ର୍ମିଦ୍ଧା ଅଭିଯୁକ୍ତ କେଦାର ଉକ୍ତ ଚୋରି ବାଇକକୁ ନେଇ ଡେଙ୍ଗାଓସ୍ତା ଗ୍ରାମରୁ ବ୍ରହ୍ମପୁର ଯାଉଥିବା ଖବର ପାଇଥିଲେ। ପୋଲିସ ଟିମ ସଦଳବଳେ ଡେଙ୍ଗାଓସ୍ତା ଗ୍ରାମରେ ଚଢାଉ କରି ବାଇକକୁ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ପରେ ତାଙ୍କ ଦିଗପହଣ୍ଡି ସାହାଣୀ ସାହି ସ୍ଥିତ ଘରେ ଚଢ଼ାଉ କରି ଅନ୍ୟ ଏକ ଚୋରି ବାଇକ (ନଂ. ଓଡ଼ି୦୭ ଇ- ୧୫୭୭) କୁ ଜବତ କରିଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri