ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା ପ୍ରବଣ ହୋଇପଡ଼ିଛି। ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ ବ୍ଲାକ୍‌ସ୍ପଟ୍‌ (ଦୁର୍ଘଟଣା ପ୍ରବଣ ଅଞ୍ଚଳ)ରେ ପ୍ରତିଦିନ ଛୋଟବଡ ଦୁର୍ଘଟଣା ଦେଖିବାକୁ ମିଳୁଛି। ଅସଜଡ଼ା ରାସ୍ତା, ଜାତୀୟ ରାଜପଥରେ ଠିକ୍‌ ସୂଚନା ନ ଥିବା ଏବଂ ସ୍ଥିତି ଖରାପ ଯୋଗୁ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ସହରରେ କୌଣସି ସ୍ଥାନରେ ୫ରୁ ଅଧିକ ଦୁର୍ଘଟଣା ଓ ୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲେ ସେହି ସ୍ଥାନଗୁଡ଼ିକୁ ବ୍ଲାକ୍‌ସ୍ପଟ ଭାବେ ଚିହ୍ନଟ କରାଯାଏ।
ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ ବ୍ଲାକ୍‌ସ୍ପଟ୍‌ ମଧ୍ୟରୁ ବ୍ରହ୍ମପୁର ସହର ଭିତରେ ୭ଟି ରହିଥିବା ଜିଲା ପୋଲିସ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଜାତୀୟ ରାଜପଥ-୧୬ରେ ହଳଦିଆପଦରଠାରୁ ଖଜୁରିଆ ଓଭରବିଜ୍ର, ଲାଞ୍ଜିପଲ୍ଲୀ ବାଇପାସ୍‌ଠାରୁ ଆଙ୍କୁଲି ଓଭରବିଜ୍ର, କନିଷି-ଗୋଳନ୍ଥରା ଜାତୀୟ ରାଜପଥ, ହଳଦିଆପଦର-ଗୋଳନ୍ଥରା, ପୋକଡ଼ିବନ୍ଧ ଛକରେ ବ୍ଲାକ୍‌ସ୍ପଟ୍‌ ରହିଛି। ଜାତୀୟ ରାଜପଥ-୫୯ରେ ନୂଆ ବସ୍‌ଷ୍ଟାଣ୍ଡ ରୋଡ, କମାପଲ୍ଲୀରୁ କୁକୁଡ଼ାଖଣ୍ଡି ଛକ, ସେହିଭଳି ରାଜ୍ୟ ରାଜପଥରେ ସଦର ଥାନା ଅନ୍ତର୍ଗତ ବାଲିପଡ଼ା ଛକ ଓ ଦିଗପହଣ୍ଡି ଥାନା ଅନ୍ତର୍ଗତ ରାଜନଗର ଛକ ବ୍ଲାକ୍‌ସ୍ପଟ ଭାବେ ଚିହ୍ନଟ ହୋଇଛି। ୨୦୨୦ରୁ ୨୦୨୩ ଫେବୃୟାରୀ ସୁଦ୍ଧା ୨୦୩ ଦୁର୍ଘଟଣା ଘଟିଛି। ଏଥିରେ ୭୨ ଜଣଙ୍କ ମୃତ୍ୟୁ ହୋଇଛି। ସେହିଭଳି ୯୯ ଜଣ ଗୁରୁତର ହୋଇଥିବା ବେଳେ ୩୭ଜଣ ସାମାନ୍ୟ ଆହତ ହୋଇଥିବା ଟ୍ରାଫିକ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ,୨୦୨୦ରେ ଉକ୍ତ ୧୦ ଦୁର୍ଘଟଣାପ୍ରବଣ ଅଞ୍ଚଳରେ ୪୩ ଦୁର୍ଘଟଣା ଘଟିଥିବା ବେଳେ ୨୪ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଗୁରୁତର ୧୮ ପୁରୁଷ ଓ ୫ ମହିଳା ଏବଂ ସାମାନ୍ୟ ଆହତ ହୋଇଥିଲେ ୬ ଜଣ ପୁରୁଷ ଓ ୫ ମହିଳା। ସେହିପରି ୨୦୨୧ରେ ୪୯ଟି ଦୁର୍ଘଟଣା ହୋଇଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ୩୧ ପୁରୁଷ ଓ ୨ ମହିଳା ଏବଂ ସାମାନ୍ୟ ଆହତ ହୋଇଥିଲେ ୮ପୁରୁଷ ଓ ୩ ମହିଳା। ସେହିପରି ୨୦୨୨ରେ ୭୪ଟି ଦୁର୍ଘଟଣା ଘଟିଥିବା ବେଳେ ୨୧ ଜଣଙ୍କର ମୃତ୍ୟୁ ହୋଇଥିଲା। ୨୯ ପୁରୁଷ ଓ ୭ ମହିଳା ଗୁରୁତର ଆହତ ହୋଇଥିବା ବେଳେ ସାମାନ୍ୟ ଆହତ ହୋଇଥିଲେ ୮ପୁରୁଷ ଓ ୩ ମହିଳା। ଚଳିତବର୍ଷ ଜାନୁୟାରୀ ଓ ଫେବୃୟାରୀରେ ୩୭ ଟି ଦୁର୍ଘଟଣା ଘଟିଥିଲା। ସେଥିରେ ୬ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ୭ଜଣ ପୁରୁଷ ଗୁରୁତର ଓ ୪ଜଣ ପୁରୁଷ ସାମାନ୍ୟ ଆହତ ହୋଇଥିଲେ ବୋଲି ଟ୍ରାଫିକ ପୋଲିସ ପକ୍ଷରୁ ସୂଚନା ମିଳିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଟ୍ରାଫିକ ଥାନା ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ଚାଳକଙ୍କଠାରୁ ଜରିମାନା ମଧ୍ୟ ଆଦାୟ ହେଉଛି। ସହରର ସବୁ ଛକରେ ଗାଡ଼ି ଧୀରେ ଚଳାଇବାକୁ ସିଗ୍‌ନାଲ ଦିଆଯାଉଛି। ଏହାସତ୍ତ୍ୱେ ଅମାନିଆ ଚାଳକଙ୍କୁ ସାବାଡ଼ କରିବା ପାଇଁ ସେମାନଙ୍କଠାରୁ ଜରିମାନା ଆଦାୟ ହେଉଛି। ତଥାପି ବିଭିନ୍ନ କାରଣରୁ କେତେକ ସ୍ଥାନରେ ଦୁର୍ଘଟଣା ଘଟୁଛି ।
ଦୁର୍ଘଟଣା ରୋକିବା ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି ବୋଲି ଥାନାଧିକାରୀ ରାମ ସୁବ୍ରମନ୍ୟମ୍‌ ପ୍ରଧାନ କହିଛନ୍ତି। ଅନ୍ୟପଟେ ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁ କହିଛନ୍ତି, ଯେଉଁ ରାସ୍ତାଗୁଡ଼ିକ ବ୍ଲାକ୍‌ସ୍ପଟ ଭାବେ ଚିହ୍ନଟ ହୋଇଛି ସେଠାରେ ସାଇନ୍‌ ବୋର୍ଡ ଲଗାଯିବ। ଏହାସହିତ ଚାଳକଙ୍କ ଯାତାୟାତ ବେଳେ ସେମାନଙ୍କ ସୁରକ୍ଷା ପାଇଁ ରାସ୍ତାର ବିଭିନ୍ନ ସ୍ଥାନଗୁଡିକରେ ସତର୍କ ସୂଚନା ବୋର୍ଡ଼ ମଧ୍ୟ ଲଗାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri