ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ କେନ୍ଦ୍ର ଲାଗି ଉପଲବ୍ଧ ୧୦୮ ଆମ୍ବୁଲାନ୍ସଟି ବଣରେ ରହୁଥିବାବେଳେ ଆମ୍ବୁଲାନ୍ସ କର୍ମଚାରୀମାନେ ଗୋଟିଏ କ୍ଲବ ଘରେ ରହୁଛନ୍ତି। ଏହି ପ୍ରସଙ୍ଗରେ ଆମ୍ବୁଲାନ୍ସ କର୍ମଚାରୀ ବାରମ୍ବାର ସ୍ବାସ୍ଥ୍ୟକେନ୍ଦ୍ର ଉଚ୍ଚ ପଦସ୍ଥ ଅଧିକାରୀ ଓ ସ୍ଥାନୀୟ ବିଧାୟକଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ।
ପ୍ରକାଶ ଯେ, ଯେଉଁଠି ଆମ୍ବୁଲାନ୍ସ ସହିତ କର୍ମଚାରୀଙ୍କୁ ଠିକ୍‌ ଭାବରେ ରଖାଯାଇ ପାରୁନାହିଁ, ସେ ସ୍ଥାନରେ କିପରି ସାଧାରଣ ଲୋକଙ୍କୁ ସେବା ଯୋଗାଇ ଦିଆଯାଉଥିବ ତାହା ସମସ୍ତଙ୍କୁ ବିସ୍ମିତ କରୁଥିବ ନିଶ୍ଚିତ। କିଛିଦିନ ଧରି ନାଗପୁର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଆମ୍ବୁଲାନ୍ସ ରହିବା ସମୟରେ କର୍ମଚାରୀ ଏକ ଘରେ ରହୁଥିଲେ। ହେଲେ କୌଣସି କାରଣରୁ ଏଠାରେ ଆଉ ଆମ୍ବୁଲାନ୍ସ ରହୁ ନ ଥିବାରୁ ଏପରି ଅବସ୍ଥା ୨ ବର୍ଷ ହେବ ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ଓ ଏହାର କର୍ମଚାରୀ ବାର ଦୁଆର ଶୁଣ୍ତିପିଣ୍ତା ହେବାରୁ ସ୍ଥାନୀୟ କ୍ଲବ ସଦସ୍ୟମାନେ କ୍ଲବ ଘର ଦେଇଥିବାବେଳେ ଆମ୍ବୁଲାନ୍ସଟି ଖରା ବର୍ଷା ଶୀତ କାକରରେ ବଣ ଭିତରେ ରହୁଥିବା ଜଣାପଡ଼ିଛି। ଏପରି ଅଭିଯୋଗ ସମ୍ପର୍କରେ ୧୦୮ ଆମ୍ବୁଲାନ୍ସ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରିଣୀ ଡା. ଜସ୍ମିନ ଆଫ୍ରୋଜଙ୍କୁ ପଚାରିବାରେ, ମୋ ନିକଟରେ ସେପରି ଖବର ନାହିଁ। ତଥାପି ଦୃଷ୍ଟି ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri