୧୧୪ ଆଟେଣ୍ଡାଣ୍ଟ, ୩୬ ପ୍ରାଣୀଧନ ନିରୀକ୍ଷକ ପଦବୀ ଖାଲି

କଟକ ଅଫିସ,୧୬ା୧୨: କଟକ ଜିଲାର ମୋଟ ୨୧୧ଟି ପ୍ରାଣୀଧନ ସହାୟକ କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ, ଡାକ୍ତର, ଆଟେଣ୍ଡାଣ୍ଟ ପଦବୀ ଖାଲି ପଡିଥିବାରୁ ପ୍ରାଣୀ ଚିକିତ୍ସା ବାଧାପ୍ରାପ୍ତ ହେଉଛି। ଏଥିସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ହୋଇପାରୁନାହିଁ। ବିଭାଗୀୟ ସୂଚନା ଅନୁଯାୟୀ, ଜିଲାର ପ୍ରାୟ ୧୧୪ଟି କେନ୍ଦ୍ରରେ ଆଟେଣ୍ଡାଣ୍ଟ ପଦବୀ ଖାଲିପଡିଛି। ଗ୍ରାମାଞ୍ଚଳରେ ପ୍ରାଣୀ ଚିକିତ୍ସା ଓ କ୍ଷେତ୍ର ସର୍ବେକ୍ଷଣ ଭଳି ସମସ୍ତ କାର୍ଯ୍ୟରେ ଏହି ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କ ଭୂମିକା ବେଶ୍‌ ଗୁରୁତ୍ୱ ବହନ କରିଥାଏ ା ସରକାର ଟିକାକରଣ ଅଭିଯାନକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ଏହି କର୍ମଚାରୀଙ୍କ ଅଭାବ ଯୋଜନାର ସଫଳତାକୁ ପ୍ରଭାବିତ କରିଛି ା ହେଲେ ଏତେ ମାତ୍ରାରେ ପଦବୀ ଖାଲି ପଡିଥିବାରୁ ବିଭିନ୍ନ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ସେହିପରି ୯୬ଟି ପ୍ରାଣୀଧନ ନିରୀକ୍ଷକ ପଦବୀ ମଧ୍ୟରୁ ୩୬ଟି ପଦବୀ ଖାଲି ପଡିଛି। ଏହାବ୍ୟତୀତ ଜିଲାରେ ୫୯ ଡାକ୍ତର ପଦବୀ ଅନୁମୋଦନ ଥିବାସ୍ଥଳେ ୧୫ଟି ସ୍ଥାନରେ ଡାକ୍ତର ନାହାନ୍ତି ା ମୁଖ୍ୟତଃ ବାଙ୍କୀ ଉପଖଣ୍ଡରେ ଏସ୍‌ଡିଭିଓ ପଦବୀ ଖାଲି ପଡିଥିବାରୁ ଗୋ-ପାଳକମାନଙ୍କ ନଥିପତ୍ର କାମ ଦୀର୍ଘଦିନ ଧରି ପଡିରହିଛି। କମ୍‌ କର୍ମଚାରୀରେ ଜିଲାରେ ସମସ୍ତ ଯୋଜନା ପାଇଁ ଟାର୍ଗେଟ ଅଧିକ ଦିଆଯାଇଛି। ଫଳରେ ଟାର୍ଗେଟ୍‌ ପୂରଣ କରି ନ ପାରି ଅନେକ କର୍ମଚାରୀ ମାନସିକ ଚାପରେ ରହୁଛନ୍ତି ା କଟକ ଜିଲାରେ ପ୍ରାୟ ୨୦ହଜାର ପ୍ରବାସୀଙ୍କ ପାଇଁ ମତ୍ସ୍ୟଚାଷ, ଗୋପାଳନ ଓ କୁକୁଡା ଚାଷ ଲାଗି ଯୋଜନା ରଖାଯାଇଛି। କିନ୍ତୁ ମାନବ ସମ୍ବଳର ଅଭାବ ଯୋଗୁ ଉପରୋକ୍ତ ଯୋଜନା ସଫଳ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲା ପ୍ରାଣୀଧନ ଅଧିକାରୀ ଡା. କେଶବ ଚନ୍ଦ୍ର ପ୍ରଧାନଙ୍କୁ ପଚାରିବାରୁ ସେ କହିଥିଲେ, ସରକାରଙ୍କ ପକ୍ଷରୁ କରୋନା ପାଇଁ କଟକଣା ରହିଛି। ତଥାପି ଖାଲି ପଦବୀଗୁଡିକ ପୂରଣ ପାଇଁ ପ୍ରକ୍ରିୟା ଚାଲିଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri