ବ୍ରହ୍ମପୁର ପୋଲିସ ଜିଲାରେ ୧୧୬ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୧୨ା୮- ଗଞ୍ଜାମ ଜିଲାରେ କରୋନା ଭୟାଭୟ ସ୍ଥିତିରେ ପହଞ୍ଚିଛି। ଅଗଷ୍ଟରେ ମଧ୍ୟ ଏଭଳି ସ୍ଥିତି ଜାରି ରହିଛି। ଏହିଧାରାରେ ବ୍ରହ୍ମପୁର ପୋଲିସ ଜିଲାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସଂକ୍ରମିତ ହୋଇଛନ୍ତି। ବ୍ରହ୍ମପୁର ପୋଲିସ ଜିଲାରେ ଜୁନ ୨୬ରେ ସଦର ଥାନାର ତତ୍କାଳୀନ ଏସ୍‌ଆଇ ବିଭୂତି ଭୂଷଣ ସେଠୀ ପ୍ରଥମେ ଆକ୍ରାନ୍ତ ହୋଇଥିଲେ। ଏଯାବତ୍‌ ଜିଲାର ୧୧୬ପୋଲିସ କର୍ମଚାରୀ ଓ ଅଧିକାରୀ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି।
ଦିଗପହଣ୍ଡି ଥାନାରେ ଗୃହରକ୍ଷୀ ଭାବେ କାର୍ଯ୍ୟରତ ଏସ୍‌ଆଇ ନରସିଂହ ଦାସ, ଟ୍ରାଫିକ ଥାନାରେ କାର୍ଯ୍ୟରତ ଏଏସ୍‌ଆଇ କୃଷ୍ଣଚନ୍ଦ୍ର ମଣ୍ଡଳ ଓ ସୋମବାର ରାତିରେ ବଡବଜାର ଥାନାରେ କାର୍ଯ୍ୟରତ କନଷ୍ଟେବଳ ଜିତେନ୍ଦ୍ର ପ୍ରଧାନଙ୍କର ମୃତ୍ୟୁ ଘଟିଥିବା ପୋଲିସ ପାଇଁ ନୋଡାଲ ଅଫିସର ତଥା ଟ୍ରାଫିକ ଡିଏସ୍‌ପି ସାର୍ଥକ ରାୟ ସୂଚନା ଦେଇଛନ୍ତି। କନଷ୍ଟେବଳ ଜିତେନ୍ଦ୍ରଙ୍କୁ ମଙ୍ଗଳବାର ଏମ୍‌କେସିଜି ମେଡିକାଲ ମୃତଦେହ ସଂରକ୍ଷଣ ଗୃହ ନିକଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇଥିଲା। ସେଠାରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଏଏସ୍‌ପି ପ୍ରଭାତ ରାଉତରାୟ, ଏଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ଟ୍ରାଫିକ ଡିଏସ୍‌ପି ସାର୍ଥକ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri