ବ୍ରହ୍ମପୁର ପୋଲିସ ଜିଲାରେ ୧୧୬ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୧୨ା୮- ଗଞ୍ଜାମ ଜିଲାରେ କରୋନା ଭୟାଭୟ ସ୍ଥିତିରେ ପହଞ୍ଚିଛି। ଅଗଷ୍ଟରେ ମଧ୍ୟ ଏଭଳି ସ୍ଥିତି ଜାରି ରହିଛି। ଏହିଧାରାରେ ବ୍ରହ୍ମପୁର ପୋଲିସ ଜିଲାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସଂକ୍ରମିତ ହୋଇଛନ୍ତି। ବ୍ରହ୍ମପୁର ପୋଲିସ ଜିଲାରେ ଜୁନ ୨୬ରେ ସଦର ଥାନାର ତତ୍କାଳୀନ ଏସ୍‌ଆଇ ବିଭୂତି ଭୂଷଣ ସେଠୀ ପ୍ରଥମେ ଆକ୍ରାନ୍ତ ହୋଇଥିଲେ। ଏଯାବତ୍‌ ଜିଲାର ୧୧୬ପୋଲିସ କର୍ମଚାରୀ ଓ ଅଧିକାରୀ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି।
ଦିଗପହଣ୍ଡି ଥାନାରେ ଗୃହରକ୍ଷୀ ଭାବେ କାର୍ଯ୍ୟରତ ଏସ୍‌ଆଇ ନରସିଂହ ଦାସ, ଟ୍ରାଫିକ ଥାନାରେ କାର୍ଯ୍ୟରତ ଏଏସ୍‌ଆଇ କୃଷ୍ଣଚନ୍ଦ୍ର ମଣ୍ଡଳ ଓ ସୋମବାର ରାତିରେ ବଡବଜାର ଥାନାରେ କାର୍ଯ୍ୟରତ କନଷ୍ଟେବଳ ଜିତେନ୍ଦ୍ର ପ୍ରଧାନଙ୍କର ମୃତ୍ୟୁ ଘଟିଥିବା ପୋଲିସ ପାଇଁ ନୋଡାଲ ଅଫିସର ତଥା ଟ୍ରାଫିକ ଡିଏସ୍‌ପି ସାର୍ଥକ ରାୟ ସୂଚନା ଦେଇଛନ୍ତି। କନଷ୍ଟେବଳ ଜିତେନ୍ଦ୍ରଙ୍କୁ ମଙ୍ଗଳବାର ଏମ୍‌କେସିଜି ମେଡିକାଲ ମୃତଦେହ ସଂରକ୍ଷଣ ଗୃହ ନିକଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇଥିଲା। ସେଠାରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଏଏସ୍‌ପି ପ୍ରଭାତ ରାଉତରାୟ, ଏଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ଟ୍ରାଫିକ ଡିଏସ୍‌ପି ସାର୍ଥକ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri