Posted inଫୁରସତ

ଗୋଟିଏ ଗଛରେ ଫଳିଛି ୧୨୧ ପ୍ରକାରର ଆମ୍ବ

ସାଧାରଣତଃ ଗୋଟିଏ ଗଛରେ ଗୋଟିଏ ପ୍ରକାରର ଆମ୍ବ ହିଁ ଫଳିଥାଏ। ମାତ୍ର ଏକ କମ୍ପାନୀର ବଗିଚାରେ ଆମ୍ବ ଗଛ ଲଗାଯାଇଛି, ଯେଉଁଥିରେ ୧୨୧ ପ୍ରକାର ଆମ୍ବ ଫଳିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।

ଏମିତି ଆମ୍ବ ଫଳିଛି ଉତ୍ତରପ୍ରଦେଶର ସାହାରନପୁରରେ। ଏଠାରେ ଥିବା ଏକ କମ୍ପାନୀର ବଗିଚାରେ ୫ ବର୍ଷ ତଳେ ତତ୍କାଳୀନ ସଂଯୁକ୍ତ ନିର୍ଦ୍ଦେଶକ ରାଜେଶ ପ୍ରସାଦ ଏକ କଲମୀ ଆମ୍ବ ଚାରା ଆଣି ଲଗାଇଥିଲେ। ଯେଉଁଥିରେ ବର୍ତ୍ତମାନ ୧୨୧ ପ୍ରକାରର ଆମ୍ବ ଫଳିଛି। ଏହି ଗଛରେ ଦଶହରି, ଲଙ୍ଗଡ଼ା, ଚୌସା, ରାମକେଲା ନାମକ ପ୍ରଜାତିର ଆମ୍ବ ଫଳିଛି।

ଫାର୍ମହାଉସ୍‌ର ଜଣେ ଅଧିକାରୀ କୁହନ୍ତି, ଯଦି କାହାର ଏପରି ଆମ୍ବ ଚାରା ଲଗାଇବାର ସଉକ ରହିଛି ତେବେ କିଚେନ ଗାର୍ଡେନ କିମ୍ବା ନିଜର ଫାର୍ମହାଉସରେ ଏପରି ଉପାୟରେ ଆମ୍ବ ଲଗାଇପାରିବେ। ଯାହାକି ବହୁତ ଲାଭଦାୟକ। ଗୋଟିଏ ଗଛରୁ ଏକସଙ୍ଗରେ ବିଭିନ୍ନ କିସମର ଆମ୍ବ ପାଇପାରିବେ। ଫାର୍ମହାଉସର ବର୍ତ୍ତମାନ ସଂଯୁକ୍ତ ନିର୍ଦ୍ଦେଶକ ଭାନୁ ପ୍ରକାଶ ରାମ କୁହନ୍ତି, ଏହା କୌଣସି କଷ୍ଟସାଧ୍ୟ କଥା ନୁହେଁ, ଆପଣମାନେ ଚାହିଁଲେ କୌଣସି ନର୍ସରୀରୁ ଚାରା ଆଣି ନିଜ ବାଡ଼ିବଗିଚାରେ ଏପରି ଆମ୍ବ ଫଳାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri