ଗଞ୍ଜାମ ପଞ୍ଚାୟତ ନିର୍ବାଚନ ରଣାଙ୍ଗନରେ ୧୩,୬୭୫ ପ୍ରାର୍ଥୀ

ଛତ୍ରପୁର,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ୫୦୩ ପଞ୍ଚାୟତ ପାଇଁ ସମୁଦାୟ ବିଭିନ୍ନ ପଦବୀ ନିମନ୍ତେ ୧୩ ହଜାର ୬୭୫ ପ୍ରାର୍ଥୀ ମୈଦାନରେ ରହିଛନ୍ତି। ସେଥି ମଧ୍ୟରୁ ୨୫୬ ଜିଲା ପରିଷଦ ପ୍ରାର୍ଥୀ, ସରପଞ୍ଚ ପାଇଁ ୧୫୬୩ ଜଣ, ସମିତି ସଭ୍ୟ ପାଇଁ ୧୩୪୮ ଜଣ ଏବଂ ଓ୍ବାର୍ଡମେମ୍ବର ପାଇଁ ୧୦,୫୦୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟର ନିର୍ଦ୍ଧାରଣ କରିବେ। ଜିଲାରେ ପୂର୍ବରୁ ବିଭିନ୍ନ ପଦ ପଦବୀ ନିମନ୍ତେ ୧୫ ହଜାର ୮୬୩ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ସେଥିମଧ୍ୟରୁ ୨୬୭ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଯାଞ୍ଚ ବେଳେ ନାକଚ ହୋଇଥିଲା। ୧୯୨୧ ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନେଇଥିଲେ। ଶେଷରେ ୧୩ ହଜାର ୬୭୫ ମୈଦାନରେ ରହିଛନ୍ତି। ଗଞ୍ଜାମରେ ଫେବୃୟାରୀ ୧୬ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଗଞ୍ଜାମ ଜିଲାର ୨୨ ବ୍ଲକରେ ୫୦୩ ପଞ୍ଚାୟତରେ ୫୦୩ ସରପଞ୍ଚ ଓ ୫୦୩ ସମିତିସଭ୍ୟ, ୭୦୯୯ ଓ୍ବାର୍ଡମେମ୍ବର, ୬୯ ଜିଲା ପରିଷଦ ଜୋନ୍‌ର ସଦସ୍ୟ ପାଇଁ ନିର୍ବାଚନ ହେବ। ୨୪ ଲକ୍ଷ ୪୩ ହଜାର ୬୧୬ ଜଣ ଭୋଟର ଭାଗ୍ୟ ନିର୍ଦ୍ଧାରଣ କରିବେ। ସେଥିରୁ ୧୨ ଲକ୍ଷ ୭୭ ହଜାର ୬୨୭ ପୁରୁଷ, ୧୧ ଲକ୍ଷ ୬୫ ହଜାର ୮୦୯ ମହିଳା ଏବଂ ୧୮୦ ଅନ୍ୟ ଭୋଟର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?