ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.)
ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ ସାମିଲ ପାଇଁ ଅନୁମତି ନାହିଁ। ହେଲେ ପାଲଲହଡ଼ା ଉପଖଣ୍ଡ ସଦରମହକୁମାସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଭୋଟ ଗଣତି କେନ୍ଦ୍ରର ଗୋଟିଏ କୋଠରିରେ ଗୁରୁବାର ୧୫୦ରୁ ଊର୍ଦ୍ଧ୍ୱ ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ବିନା ସାମାଜିକ ଦୂରତ୍ୱରେ ବସାଯାଇଛି। ସଚେତନତା ଉଦ୍ଦେଶ୍ୟରେ ଡକାଯାଇଥିଲେ ମଧ୍ୟ ବିଧାୟକ ଓ ବ୍ଲକ ଅଧ୍ୟକ୍ଷ ଏହାକୁ ଦଳୀୟ କାର୍ଯ୍ୟକ୍ରମରେ ପରିଣତ କରିଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ପାଲଲହଡା ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକଙ୍କ ଦ୍ୱାରା ବ୍ଲକର ସମସ୍ତ ଅଙ୍ଗନଓ୍ବାଡି ଏବଂ ଆଶାକର୍ମୀଙ୍କୁ ଛତା, ମାସ୍କ ଏବଂ ସାନିଟାଇଜର ବଣ୍ଟନ ନିମନ୍ତେ କାର୍ଯ୍ୟକ୍ରମ ରଖାଯାଇଥିଲା। ଏଥିପାଇଁ ପ୍ରଶାସନଠାରୁ ଅନୁମତି ଅଣାଯିବା ସହ ମୁଖ୍ୟଅତିଥି ଭାବେ ବିଧାୟକ ମୁକେଶ କୁମାର ପାଲଙ୍କୁ ଡକାଯାଇଥିଲା। ନିଜେ ଅଧ୍ୟକ୍ଷ, ବିଧାୟକଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ କରାଯାଇଥିଲେ ବି କୋଭିଡ୍‌ କଟକଣାର ଖୋଲା ଉଲ୍ଲଂଘନ ଦେଖିବାକୁ ମିଳିଥିଲା। ଏତେ ସଂଖ୍ୟକ କର୍ମଚାରୀଙ୍କୁ ଗୋଟିଏ କୋଠରିରେ ବସାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତ୍ୱ ରଖାଯାଇପାରିବ ସେ ନେଇ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା। ଏଥିସହ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ବିଜୁ ଜନତା ଦଳ ଲେଖାଥିବା ଏବଂ ଶଙ୍ଖ ଚିହ୍ନ ଥିବା ଛତା ଓ ମାସ୍କ ବଣ୍ଟନ କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣାକୁ ଭାଜପା ପକ୍ଷରୁ ନିନ୍ଦା କରାଯିବା ସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ କୁମାର ମହାନ୍ତି ପ୍ରକାଶ କରିଛନ୍ତି। ଅପରପକ୍ଷରେ ଏପରି ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷ ନାୟକ ଖଣ୍ଡନ କରିଛନ୍ତି। ବିଧାୟକଙ୍କ ଫୋନ ଲାଗୁ ନ ଥିବାବେଳେ ଉପଜିଲାପାଳ ଅଜିତ କୁମାର ପ୍ରଧାନ କହିଛନ୍ତି, ଯେହେତୁ କୋଭିଡ ଯୋଦ୍ଧାଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ କରାଯିବ ବୋଲି କୁହାଯାଇଥିଲା, ତେଣୁ ମାନବିକତା ଦୃଷ୍ଟିକୋଣରୁ ଅନୁମତି ଦିଆଯାଇଥିଲା। କଟକଣା ଉଲ୍ଲଂଘନ ହୋଇଥିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri