ବଡ଼ଦିନରେ ଭିତରକନିକାରେ ୧୬୭୦ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ବଡ଼ଦିନରେ ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼ ଦିନତମାମ ଲାଗି ରହିଥିଲା। ୧୬୭୦ ପର୍ଯ୍ୟଟକ ଭିତରକନିକାକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ୧୨୦୦ ପର୍ଯ୍ୟଟକ ଜଳପଥ ଅର୍ଥାତ୍‌ ୧୧୦ଟି ବୋଟରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି।ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବି ଭିତରକନିକାର ଶୋଭା ଉପଭୋଗ କରିବା ସହ ପର୍ଯ୍ୟଟନସ୍ଥଳୀ ଉନ୍ନତି ପାଇଁ ବିଭିନ୍ନ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟଶାସନ ସଚିବ ମହାପାତ୍ର ମଧ୍ୟାହ୍ନରେ ଗୁପ୍ତିରେ ପହଞ୍ଚତ୍ ଥିଲେ। ଗୁପ୍ତିରୁ ବୋଟରେ ଡାଙ୍ଗମାଳ ଆସିବା ବାଟରେ ନଈପଠାରେ ଖରା ପୋଉଁଥିବା କୁମ୍ଭୀରଙ୍କୁ ଦେଖିବା ସହ ଜଳଭିତରେ ସେମାନଙ୍କ ଜଳକ୍ରୀଡ଼ା ଦେଖି ବିମୋହିତ ହୋଇଥିଲେ। ଡାଙ୍ଗମାଳରେ ପହଞ୍ଚତ୍ ଆବଦ୍ଧ ପୋଖରୀରେ ଥିବା ଗୋରୀ ଓ ମଲ୍ଲୀକୁ ଦେଖିଥିଲେ। ଏହି ଅବସରରେ ସେ କୁମ୍ଭୀର ପ୍ରଜନନ କେନ୍ଦ୍ର ବୁଲିବା ସହ ପ୍ରଜନନ କେନ୍ଦ୍ରରେ ଥିବା ଧଳା କୁମ୍ଭୀରଛୁଆକୁ ଦେଖିଥିଲେ। ଡାଙ୍ଗମାଳଠାରେ ଲୁଣାଜଙ୍ଗଲ ନର୍ସରିକୁ ନୂଆରୂପ ଦିଆଯାଇଥିବାରୁ ସେ ଖୁସି ହୋଇଥିଲେ। ଡାଙ୍ଗମାଳରେ ପର୍ଯ୍ୟଟକଙ୍କ ସୁବିଧା ନିମନ୍ତେ ଆଉ ଏକ ଡାଇନିଂ ହଲ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ଡାଙ୍ଗମାଳଠାରେ ସେ ଗୁରୁବାର ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?