ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି ଶିକ୍ଷକ ଭାବେ ଧରାପଡ଼ୁଛନ୍ତି। ନବରଙ୍ଗପୁର ଜିଲାରେ ୨୦୧୧ରୁ ୨୦୨୧-୨୨ ଶିକ୍ଷାବର୍ଷ ମଧ୍ୟରେ ୨୧ ଶିକ୍ଷକ ନକଲି ସାର୍ଟିଫିକେଟ ଦେଇ ଚାକିରି ପାଇଥିବା ତଥ୍ୟରୁ ଜଣାପଡ଼ିଛି। ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କୁ ପୋଲିସ ଗିରଫ କରିଛି। ତେବେ ବଳକା ୧୯ ଶିକ୍ଷକ ଫେରାର ଥିବାବେଳେ ସେମାନଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି।
ଶିକ୍ଷକ ନିଯୁକ୍ତି ପରବର୍ତ୍ତୀ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟାରେ ଜିଲା ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ସାରିଲାଣି। ଯାଞ୍ଚ ପାଇଁ ପଠାଯାଇଥିବା ସାର୍ଟିଫିକେଟରୁ କିଛି ଶିକ୍ଷକଙ୍କ ଯାଞ୍ଚ ରିପୋର୍ଟ ଆସିଥିବା ବେଳେ ବଳକା ଶିକ୍ଷକଙ୍କ ରିପୋର୍ଟ ବର୍ଷ ବର୍ଷ ଧରି ସମ୍ପୃକ୍ତ ବିଭାଗ ଓ ଶିକ୍ଷାନୁଷ୍ଠାନମାନଙ୍କୁ ଆସୁନାହିଁ। ୩୩୫୮ ଶିକ୍ଷକଙ୍କ ବିଏଡ, ମାଟ୍ରିକ, ଦ୍ବାଦଶ, ସିଟି ଓ ଜାତିଗତ ପ୍ରମାଣ ପତ୍ର ଯାଞ୍ଚ ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୫୬୮ ଜଣଙ୍କ ରିପୋର୍ଟ ଆସିଥିବା ବେଳେ ଏବେ ସୁଦ୍ଧା ଆଉ ୧୫୪୭ ରିପୋର୍ଟ ଆସିନାହିଁ। ସେହିପରି ୨୧ ଶିକ୍ଷକଙ୍କ ସାର୍ଟିଫିକେଟ ନକଲି ବୋଲି ଜଣାପଡ଼ିବା ପରେ ସମ୍ପୃକ୍ତ ଅଞ୍ଚଳର ଥାନାରେ ଏତଲା ଦିଆଯାଇଛି। ତେବେ ୧୯ ଅଭିଯୁକ୍ତ ଶିକ୍ଷକ ଏବେ ମଧ୍ୟ ଫେରାର ଅଛନ୍ତି। ମୃତ ଶିକ୍ଷକଙ୍କ ବ୍ୟତୀତ ୨୦ ଅଭିଯୁକ୍ତ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri