ଆସୁଛି ଆଉ ୨ ଲଘୁଚାପ

ଭୁବନେଶ୍ୱର,୫। ୧୦(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି କେତେକ ପାଣିପାଗ ମଡେଲ ଆକଳନ କରିଛି। ଆସନ୍ତା ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଯଦି ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇ ପାରେ ବୋଲି ଅନୁମାନ କରାଯାଇଛି। ଏହାର ଗତି କୁଆଡ଼େ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ କି ନାହିଁ ସେ ନେଇ ଏବେ ଠାରୁ କିଛି ଆକଳନ କରାଯାଇ ନାହିଁ। ତେବେ ଅକ୍ଟୋବରରେ ମୁଖ୍ୟତଃ ଓଡ଼ିଶାକୁ ବାତ୍ୟା ବିପଦ ରହିଥାଏ। ଉକ୍ତ ଦୁଇ ଲଘୁଚାପ କି ରୂପ ଧାରଣ କରୁଛି ସେ ନେଇ ଆସନ୍ତା ୮ ତାରିଖ ସୁଦ୍ଧା ସ୍ପଷ୍ଟ ହେବ। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡ଼ା, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୬ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୭ ତାରିଖରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ସମ୍ବଲପୁର ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଭୁବନେଶ୍ୱରରେ ୧୦.୬ ମିଲିମିଟର ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡି ୨୫, କୋରାପୁଟ ୩ ଏବଂ ଦାରିଙ୍ଗବାଡ଼ିରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri