ଆସୁଛି ଆଉ ୨ ଲଘୁଚାପ

ଭୁବନେଶ୍ୱର,୫। ୧୦(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି କେତେକ ପାଣିପାଗ ମଡେଲ ଆକଳନ କରିଛି। ଆସନ୍ତା ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଯଦି ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇ ପାରେ ବୋଲି ଅନୁମାନ କରାଯାଇଛି। ଏହାର ଗତି କୁଆଡ଼େ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ କି ନାହିଁ ସେ ନେଇ ଏବେ ଠାରୁ କିଛି ଆକଳନ କରାଯାଇ ନାହିଁ। ତେବେ ଅକ୍ଟୋବରରେ ମୁଖ୍ୟତଃ ଓଡ଼ିଶାକୁ ବାତ୍ୟା ବିପଦ ରହିଥାଏ। ଉକ୍ତ ଦୁଇ ଲଘୁଚାପ କି ରୂପ ଧାରଣ କରୁଛି ସେ ନେଇ ଆସନ୍ତା ୮ ତାରିଖ ସୁଦ୍ଧା ସ୍ପଷ୍ଟ ହେବ। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡ଼ା, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୬ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୭ ତାରିଖରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ସମ୍ବଲପୁର ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଭୁବନେଶ୍ୱରରେ ୧୦.୬ ମିଲିମିଟର ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡି ୨୫, କୋରାପୁଟ ୩ ଏବଂ ଦାରିଙ୍ଗବାଡ଼ିରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri