୮ ଶ୍ରେଣୀକୁ ଅଛି ୨ କୋଠରୀ: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କୋକସରା,୨୯।୭(ଡି.ଏନ୍‌.ଏ.): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଛାତ୍ରଛାତ୍ରୀଙ୍କୁ ସ୍କୁଲ ମୁହାଁ କରିବା ପାଇଁ ମାଗଣା ପାଠ୍ୟପୁସ୍ତକ, ଖାଦ୍ୟ, ପୋଷାକ ସମେତ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ଆଜି ବି ଭିତ୍ତିଭୂମି ଅଭାବରୁ ଅନେକ ସ୍କୁଲରେ ପଢ଼ୁଥିବା କୋମଳମତି ଛାତ୍ରଛାତ୍ରୀମାନେ ଶ୍ରେଣୀ କୋଠରୀ ନ ଥିବାରୁ ବାରଣ୍ଡାରେ ବସି ପଢ଼ୁଥିବା ଦେଖିବାକୁ ମିଳୁଛି। ଏମିତି ଏକ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଶିକ୍ଷା ବିଭାଗ ଆମପାଣି ପଞ୍ଚାୟତ ଆଦିବାସୀ ବହୂଳ କନ୍ଦାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏଠାରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଶ୍ରେଣୀ ରହିଥିବା ବେଳେ ମୋଟ ୧୧୨ ଜଣ ଛାତ୍ରଛାତ୍ରୀ ପଢୁଛନ୍ତି । ମାତ୍ର ବିଦ୍ୟାଳୟରେ ଦୁଇଟି ଶ୍ରେଣୀ କୋଠରି ରହିଛି। ଫଳରେ ପ୍ରଥମ, ଦିତୀୟ, ତୃତୀୟରେ ପଢ଼ୁଥିବା ଛାତ୍ରଛାତ୍ରୀ ସ୍କୁଲ ବାରଣ୍ଡାରେ ବସି ପଢ଼ୁଥିବା ଦେଖିବାକୁ ମିଳିଛି। ୧୧୨ ଛାତ୍ରଛାତ୍ରୀଙ୍କ ପାଇଁ ୪ ଜଣ ଶିକ୍ଷୟିତ୍ରୀଶିକ୍ଷକ ରହିଛନ୍ତି। ସ୍କୁଲକୁ ଲାଗି ଅସୁରକ୍ଷିତ ଅବସ୍ଥାରେ ଜରାଜୀର୍ଣ୍ଣ ପୁରୁଣା ସ୍କୁଲ କୋଠା ରହିଛି । ସେହି ଅସୁରକ୍ଷିତ କୋଠାକୁ ମଧ୍ୟ ଭଙ୍ଗା ଯାଉନାହିଁ। ନୂତନ ଅତିରିକ୍ତ ଶ୍ରେଣୀ କୋଠରୀ ପାଇଁ ଶିକ୍ଷା କମିଟି ଓ ଗ୍ରାମବାସୀ ଅନେକ ସମୟରେ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କରି ଆସୁଛନ୍ତି । ହେଲେ ଏଯାବତ କୌଣସି ପଦକ୍ଷେପ ନିଆ ଯାଇନାହିଁ। ଏନେଇ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନୀଲ କୁମାର ପଟ୍ଟନାୟକଙ୍କ ପ୍ରତିକ୍ରିୟା ନେବାରୁ ସ୍କୁଲ ପକ୍ଷରୁ ସ୍ଥାନୀୟ ସରପଞ୍ଚଙ୍କୁ ଏହି ସମସ୍ୟା ନେଇ ଅଭିଯୋଗ କରାଯାଇଛି ବୋଲି କହିଛନ୍ତି। ଆମେ ଏନେଇ କୋକସରା ଶିକ୍ଷା ବିଭାଗର ବିଆର୍‌ସିସି ତୋଫାନ ମାଝୀ ଙ୍କ ପ୍ରତିକ୍ରିୟା ନେବାରୁ କେବଳ କନ୍ଦାଗଡ଼ ସ୍କୁଲ ନୁହେଁ ବ୍ଲକର ଉଣା ଅଧିକ ସ୍କୁଲରେ ଶ୍ରେଣୀ କୋଠରି ସମସ୍ୟା ରହିଛି। କନ୍ଦାଗଡ଼ ସ୍କୁଲ କମିଟି ମଧ୍ୟ ସମାନ ଅଭିଯୋଗ କରିଛନ୍ତି । ହେଲେ ବ୍ଲକ କିମ୍ବା ଜିଲା ଶିକ୍ଷା ବିଭାଗ ହାତରେ ନୂତନ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ କୌଣସି ଅନୁଦାନ ଆସୁନାହିଁ। ପଞ୍ଚାୟତିରାଜ ବିଭାଗ ଅଧୀନରେ ଅନୁଦାନ ରହିଛି। ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ବିଡିଓଙ୍କ ଜରିଆରେ ଅଭିଯୋଗ କଲେ ସମାଧାନ ହୋଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri