ମଇଦାନରେ ୨୦୪ ପ୍ରାର୍ଥୀ

ଅନୁଗୋଳ ଅଫିସ,,୧୫।୩ ଅନୁଗୋଳ ଜିଲାରେ ପୌର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଛି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସମୟ ସୀମା ଶେଷ ହେବା ପରେ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି। ଜିଲାର ଅନୁଗୋଳ ପୌରପାଳିକା, ତାଳଚେର ପୌରପାଳିକା ଓ ଆଠମଲ୍ଲିକ ଏନ୍‌ଏସି ନିର୍ବାଚନ ପାଇଁ ମୋଟ୍‌ ୨୦୪ଜଣ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୨୦ଜଣ ଅଧ୍ୟକ୍ଷ ପ୍ରାର୍ଥୀ ଥିବାବେଳେ ୧୮୪ଜଣ ହେଉଛନ୍ତି କାଉନସିଲର ପ୍ରାର୍ଥୀ।
ଅନୁଗୋଳ ପୌରପାଳିକାରେ ରହିଛି ୨୩ଟି ଓ୍ବାର୍ଡ। ଏହି ପୌର ସଂସ୍ଥାର ଅଧ୍ୟକ୍ଷ ପଦବୀ ପାଇଁ ବିଜେଡି, ଭାଜପା, କଂଗ୍ରେସ ଓ ସ୍ବାଧୀନରୁ ମୋଟ୍‌ ୮ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ଏଥିସହ ୭୫ଜଣ କାଉନସିଲର ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସ୍ପଷ୍ଟ ହୋଇଛି। ସେହିପରି ତାଳଚେର ପୌରପାଳିକାର ୨୧ ଓ୍ବାର୍ଡର କାଉନସିଲର ପଦବୀ ପାଇଁ ୬୯ଜଣ ପ୍ରାର୍ଥୀ ରହିଥିବା ବେଳେ ପୌର ଅଧ୍ୟକ୍ଷ ପଦବୀ ନିମନ୍ତେ ୭ଜଣ ଲଢ଼େଇ କରୁଛନ୍ତି। ଆଠମଲ୍ଲିକ ଏନ୍‌ଏସିରେ ୧୧ ଓ୍ବାର୍ଡ ରହିଛି। ଏଠାରେ ଅଧ୍ୟକ୍ଷ ପଦ ପାଇଁ ୫ଜଣ ନିର୍ବାଚନ ମଇଦାନରେ ରହିଛନ୍ତି। କାଉନସିଲର ପଦବୀ ପାଇଁ ୪୦ଜଣଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ତେବେ ଜିଲାରେ କଂଗ୍ରେସ ଦୁର୍ବଳ ସ୍ଥିତିରେ ଥିଲେ ମଧ୍ୟ ଏଥର ତ୍ରିମୁଖୀ ଲଢ଼େଇ ହେବା ଦେଖିବାକୁ ମିଳିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri