ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦ ଖାଲି

ନନ୍ଦପୁର,୨୦ା୩ (ଡିଏନଏ): ନନ୍ଦପୁର ବ୍ଲକ ସମେତ ପଟାଙ୍ଗି ନିର୍ବାଚନ ମଣ୍ଡଳୀରେ ଥିବା ୪ବ୍ଲକ ନନ୍ଦପୁର ପଟ୍ଟାଙ୍ଗି, ସେମିଳିଗୁଡା ଓ କୋରାପୁଟ ବ୍ଲକଗୁଡିକରେ ଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗର ୪୭୧ ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦବୀ ଖାଲି ପଡିଛି। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ନନ୍ଦପୁର ବ୍ଲକରେ ୧୭୧ଟି ପ୍ରାଥମିକ ବିଦ୍ୟାଳୟ, ୨୧ଟି ଉଚ୍ଚ ବିଦ୍ୟାଳୟ ଓ ଗୋଟିଏ ଓଏଭି ବିଦ୍ୟାଳୟ ରହିଛି। ଏଥିପାଇଁ ୪୯୮ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି। କେବଳ ପ୍ରାଥମିକ ବିଦ୍ୟାଳୟ ପାଇଁ ୧୩ଜଣ ଶିକ୍ଷକଙ୍କ ଅଭାବ ଥିବା ବେଳେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ନୂତନ ଉନ୍ନୀତ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ପ୍ରତ୍ୟେକ ବିଷୟ ପାଇଁ ଶିକ୍ଷକ ନ ଥିବା ବ୍ଲକ ଶିକ୍ଷାଧିକାରୀ ଦଇତାରୀ ଦାସ ସୂଚନା ଦେଇଛନ୍ତି। ସେମିଳିଗୁଡା ବ୍ଲକର ୧୧୬ଟି ପ୍ରାଥମିକ ବିଦ୍ୟାଳୟ ପାଇଁ ୩୮୭ଶିକ୍ଷକଙ୍କ ଆବଶ୍ୟକତା ଥିବା ବେଳେ ୩୫୦ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି ା ୩୭ ଶିକ୍ଷକଙ୍କ ଅଭାବ ରହିଛି। ପଟାଙ୍ଗି ବ୍ଲକର ୧୬୪ଟି ପ୍ରାଥମିକ ବିଦ୍ୟାଳୟ ପାଇଁ ୫୭୧ ଶିକ୍ଷକ ଆବଶ୍ୟକ ଥିବା ବେଳେ ୪୨୦ ଶିକ୍ଷୟିତ୍ରୀ ଶିକ୍ଷକ ଥିବା ବେଳେ ୧୫୧ ଜଣ ଶିକ୍ଷକ ପଦବୀ ଖାଲିପଡିଛି। ସେହିଭଳି କୋରାପୁଟ ବ୍ଲକର (ଆଂଶିକ) ୨୦ଟି ପ୍ରାଥମିକ ବିଦ୍ୟାଳୟ ପଟାଙ୍ଗି ନିର୍ବାଚନ ମଣ୍ଡଳୀରେ ରହିଛି। ଏହି ବିଦ୍ୟାଳୟଗୁଡିକ ଲାଗି ୯୭ ଶିକ୍ଷୟିତ୍ରୀ ଶିକ୍ଷକ ଆବଶ୍ୟକ ଥିବା ବେଳେ ୮୩ଜଣ ଶିକ୍ଷୟତ୍ରୀ ଶିକ୍ଷକ ଅଛନ୍ତି। ୧୪ ଜଣ ଶିକ୍ଷକଙ୍କ ଅଭାବ ରହିଥିବା ଜିଲା ଶିକ୍ଷାଧିକାରୀ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri