ଅଶୁକୀ ଜଙ୍ଗଲରେ ୨୨ ହାତୀ

ଝୁମ୍ପୁରା, ୧୦।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ବାଲିବନ୍ଧ ଫରେଷ୍ଟ, ଲକ୍ଷ୍ମୀପଶି ବିଟ ଅନ୍ତର୍ଗତ ଅଶୁକୀ ଜଙ୍ଗଲରେ ଦୁଇ ଦିନ ହେବ ମୟୂରଭଞ୍ଜ ଅଞ୍ଚଳରୁ ଚାଲି ଆସିଥିବା ୨୨ଟିକିଆ ହାତୀପଲ ରହୁଛନ୍ତି। ଅଶୁକୀ ଜଙ୍ଗଲ ପାର୍ଶ୍ୱରେ ଅରଡେଇ ନଦୀ ବୋହି ଯାଉଥିବା ବେଳେ, ଖାଦ୍ୟ ଓ ପାନୀୟ ମିଳି ଯାଉଥିବାରୁ ହାତୀ ପଲ ଯାଇପାରୁ ନାହାନ୍ତି ବୋଲି ବନ ବିଭାଗ ସୂତ୍ରରୁ ଜଣା ପଡିଛି। ଏହି ୨୨ ଟିକିଆ ହାତୀ ପଲରେ ୫ଟି ଛୁଆ ହାତୀ ରହିଥିବା ଫରେଷ୍ଟର ଖଗେଶ୍ୱର ବାରିକ ସୂଚନା ଦେଇଛନ୍ତି। ୨ଦିନରେ ହାତୀ ପଲ ଏହି ଜଙ୍ଗଲ ପାଖ ବଳଭଦ୍ରପୁରରେ ୪ଟି ଘର ଭାଙ୍ଗିଥିବା ବେଳେ, ନଦୀକୂଳରେ ଥିବା ଗ୍ରାମବାସୀଙ୍କର ପନିପରିବା ଚାଷ ସମ୍ପୂର୍ଣ୍ଣ ଉଜାଡି ଦେଇଛନ୍ତି। ସେହିପରି ନିକଟସ୍ଥ ପାର୍ବତୀପୁରରେ ଦାଶରଥି ମୁଣ୍ଡାଙ୍କର ଘର ମଧ୍ୟ ଭାଙ୍ଗି ଦେଇଛନ୍ତି। ବଳଭଦ୍ରପୁରରେ ଘର ଭାଙ୍ଗିବା ନେଇ କ୍ଷତିଗ୍ରସ୍ତ ଖଗେଶ୍ୱର ତନ୍ତୀ, ଲକ୍ଷ୍ମୀଧର ମାଝୀ, ଗଣେଶ ମାଝୀ, ଜିତୁ ମାଝୀ ଅଭିଯୋଗ କରିଛନ୍ତି। ଜଙ୍ଗଲ ପାଶର୍‌ବରେ ଗ୍ରାମବାସୀଙ୍କର ଗହଳି ଲାଗିଥିବାରୁ ଓ ପାଟିତୁଣ୍ଡ କରୁଥିବାରୁ ଜଙ୍ଗଲ ଭିତରେ ହାତୀପଲ ଏଣେତେଣେ ବୁଲୁଥିବା ଦେଖାଯାଇଛି। ଜଙ୍ଗଲ ବିଭାଗର କର୍ମଚାରୀମାନେ ହାତୀପଲଙ୍କୁ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri