‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣଠାରୁ ଆରମ୍ଭ କରି କୃଷକମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡ଼ା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମଗୁଡ଼ିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି। ‘ମୋ ସରକାର’ ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମ ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ। ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ। ଓଡ଼ିଶାରେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କେତେଜଣ ହିତାଧିକାରୀଙ୍କ ସହିତ ଟେଲିଫୋନ ଯୋଗେ ସିଧାସଳଖ କଥାହୋଇ ମତାମତ ନେଇଥିଲେ। ଜାତିଗତ ପ୍ରମାଣପତ୍ର ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲିଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍ପିଟାଲରୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ଅଭିଯୋଗ ନେଇ ଯାଇଥିବା ଲୋକଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ସେମାନେ କିପରି ସେବା ପାଇଲେ, ସେମାନଙ୍କୁ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ କିମ୍ବା ସେମାନଙ୍କଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ଆଦି ବିଷୟରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ତହସିଲ ଓ ସବ୍‌ରେଜିଷ୍ଟ୍ରାର ଅଫିସରେ ଦିଆଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଯେଉଁ ବିଭାଗଗୁଡ଼ିକର ମତାମତ ଗ୍ରହଣ ସନ୍ତୋଷଜନକ ନୁହେଁ, ସେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ। ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ୱ। ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ କୁମାର ମିଶ୍ର କହିଥିଲେ ଯେ ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ। ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri