‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣଠାରୁ ଆରମ୍ଭ କରି କୃଷକମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡ଼ା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମଗୁଡ଼ିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି। ‘ମୋ ସରକାର’ ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମ ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ। ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ। ଓଡ଼ିଶାରେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କେତେଜଣ ହିତାଧିକାରୀଙ୍କ ସହିତ ଟେଲିଫୋନ ଯୋଗେ ସିଧାସଳଖ କଥାହୋଇ ମତାମତ ନେଇଥିଲେ। ଜାତିଗତ ପ୍ରମାଣପତ୍ର ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲିଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍ପିଟାଲରୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ଅଭିଯୋଗ ନେଇ ଯାଇଥିବା ଲୋକଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ସେମାନେ କିପରି ସେବା ପାଇଲେ, ସେମାନଙ୍କୁ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ କିମ୍ବା ସେମାନଙ୍କଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ଆଦି ବିଷୟରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ତହସିଲ ଓ ସବ୍‌ରେଜିଷ୍ଟ୍ରାର ଅଫିସରେ ଦିଆଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଯେଉଁ ବିଭାଗଗୁଡ଼ିକର ମତାମତ ଗ୍ରହଣ ସନ୍ତୋଷଜନକ ନୁହେଁ, ସେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ। ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ୱ। ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ କୁମାର ମିଶ୍ର କହିଥିଲେ ଯେ ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ। ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri