୨,୩୩୦ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପାଇଁ ଆବଶ୍ୟକ ଥିବା ବିଭିନ୍ନ କ୍ୟାଡରର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ସଂଖ୍ୟା ୮,୭୧୯ ରହିଛି। ସେଥିମଧ୍ୟରୁ ୬,୩୮୯ ପଦବୀରେ ନିୟମିତ ଡାକ୍ତର କାର୍ଯ୍ୟରତ ଥିବାବେଳେ ୨,୩୩୦ ଖାଲି ରହିଛି। ପ୍ରତିବର୍ଷ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ଚୟନ ପରୀକ୍ଷା କରାଯାଉଥିଲେ ମଧ୍ୟ ଯୋଗ୍ୟ ଡାକ୍ତର ଅଭାବ ଯୋଗୁ ଖାଲି ପଦବୀ ପୂରଣ ହୋଇପାରୁନି। ରାଜ୍ୟ ବାହାରେ ଥିବା ଯୋଗ୍ୟ ଡାକ୍ତରଙ୍କୁ ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା କ୍ୟାଡରରେ ଯୋଗଦେବା ପାଇଁ ସୁଯୋଗ ଦେବାର ଆବଶ୍ୟକ ରହିଥିବା ରାଜ୍ୟ ସରକାର ଅନୁଭବ କରୁଥିଲେ ମଧ୍ୟ ପୂର୍ବରୁ ପ୍ରଚଳିତ ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା(ଚୟନ ପ୍ରବିଧି ଓ ସେବାସର୍ତ୍ତ) ନିୟମାବଳୀ ବାଧକ ସାଜୁଛି। ଫଳରେ ଅନ୍ୟ ରାଜ୍ୟର ଯୋଗ୍ୟ ଇଚ୍ଚୁକ ଡାକ୍ତରମାନେ ଚୟନ ପ୍ରକ୍ରିୟାରେ ଯୋଗଦେବାରୁ ବଞ୍ଚତ୍ତ ହେଉଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ବିଧାନସଭାରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକଙ୍କ ଏ ସଂକ୍ରାନ୍ତ ପ୍ରଶ୍ନରେ ମନ୍ତ୍ରୀ ଦାସ ଏହା କହିଛନ୍ତି।
ମନ୍ତ୍ରୀ କହିଛନ୍ତି, ଏହି ବାଧକତାର ସମାଧାନ ପାଇଁ ରାଜ୍ୟ ସରକାର ରହିଥିବା ନିୟମକୁ ସଂଶୋଧନ କରି ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟ ସେବା(ଚୟନ ପ୍ରବିଧି ଓ ସେବାସର୍ତ୍ତ) ନିୟମାବଳୀ-୨୦୨୦ ପ୍ରଣୟନ କରିଛନ୍ତି। ଯଦି ଜଣେ ପ୍ରାର୍ଥୀ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷାରେ ଓଡ଼ିଆ ଏକ ଭାଷା ବିଷୟ ନେଇ ଉତ୍ତୀର୍ଣ୍ଣ ହୋଇ ନ ଥିବେ, ତେବେ ସେ ଚାକିରୀରେ ଯୋଗ ଦେବାର ୪ବର୍ଷ ମଧ୍ୟରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ସେହିପରି ଯଦି ଜଣେ ରାଜ୍ୟ ବାହାରର ପ୍ରାର୍ଥୀ ଓଡ଼ିଶା ଡାକ୍ତରୀ ପଞ୍ଜୀକୃତ ପରିଷଦରେ ନାମ ପଞ୍ଜୀକରଣ କରି ନ ଥିବେ ତେବେ ସେ ଚାକିରୀରେ ଯୋଗ ଦେବା ପାଇଁ ନିଯୁକ୍ତି ନିର୍ଦ୍ଦେଶନାମା ପାଇବା ପୂର୍ବରୁ ପଞ୍ଜୀକୃତ କରିବାକୁ ହେବ। ତଦନୁଯାୟୀ ଚଳିତବର୍ଷ ରାଜ୍ୟ ସରକାର ୨,୪୫୨ଜଣ ଡାକ୍ତର ଚୟନ ନିମନ୍ତେ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରିଛନ୍ତି ବୋଲି ମନ୍ତ୍ରୀ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri