ଛେଣ୍ଡିପଦାରେ ୨୪ ହାତୀ: ଭାଙ୍ଗିଲେ ଘର, ନଷ୍ଟ କଲେ କଦଳୀ ଫସଲ

ଛେଣ୍ଡିପଦା,୨୩।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବୁଧବାର ବିଳମ୍ବିତ ରାତିରେ ଶିମିଳିପାଳ ପଞ୍ଚାୟତ ଚରାକାନି ଗାଁରେ ୨୪ ହାତୀ ପଶି ଲକ୍ଷ ଲକ୍ଷ ଟଙ୍କାର କଦଳୀ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛନ୍ତି। ଗ୍ରାମର କୁମୁଦ ସାହୁଙ୍କ ୧ ଏକର ଜାଗାରେ ଲାଗିଥିବା ୩ ଶହ କଦଳୀଗଛ ଓ ୬୦ରୁ ଊଦ୍ଧର୍‌ବ ପୋଟଳ ମନ୍ଦା ଦଳି ଚକଟି ନଷ୍ଟ କରିଛନ୍ତି। ସେହିପରି ସୁଶାନ୍ତ ଗଡନାୟକଙ୍କ ୨୦ ଗୁଣ୍ଠ ଜମିରେ ଲାଗିଥିବା ଦେଢଶହରୁ ଊଦ୍ଧର୍‌ବ କଦଳୀଗଛ, ପ୍ରଶାନ୍ତ ଗଡନାୟକଙ୍କ ୧୨ ଗୁଣ୍ଠ ଜାଗାରେ ଥିବା ୩୫୦ରୁ ଊଦ୍ଧର୍‌ବ ପୋଟଳ ମନ୍ଦା ଓ ଘର, ନିରାକାର ପ୍ରଧାନଙ୍କ ୬୫ରୁ ଊଦ୍ଧର୍‌ବ କଦଳୀ ଗଛ ଏବଂ ମାଧବ ଚନ୍ଦ୍ର ସାହୁଙ୍କ ୨ଟି ବାଉଁଶ ମାଢିକୁ ହାତୀ ପଲ ସମ୍ପୂର୍ଣ୍ଣ ନଷ୍ଟ କରିଦେଇଛନ୍ତି। ପ୍ରାୟ ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ଫସଲ ନଷ୍ଟ ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଚାଷୀଙ୍କୁ ବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri