ଛାତ୍ରୀଛାତ୍ର ୨୪୪, ଶିକ୍ଷକ ଅଛନ୍ତି ୫

କୋରୁକୋଣ୍ଡା ୨୨ା୮(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାର ଉନ୍ନତି ପାଇଁ ବହୁ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ବିଦ୍ୟାଳୟଗୁଡିକର ଉନ୍ନତି କରୁଛନ୍ତି। ଶ୍ରେଣୀଗୃହ ସହ ଅତ୍ୟାଧୁନିକ ବିଜ୍ଞାନାଗାର ପ୍ରତିଷ୍ଠ କରି ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନ ପ୍ରତି ଆକୃଷ୍ଟ କରୁଛନ୍ତି। ଉପସ୍ଥାନ ବୃଦ୍ଧି ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ମାତ୍ର ଶିକ୍ଷକ ଅଭାବ ଦୂର ପ୍ରତି ସରକାର ଦୃଷ୍ଟି ଦେଉନାହାନ୍ତି। ଏପରି ଏକ ବିଦ୍ୟାଳୟ ହେଲା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟ ୧୯୨୦ରୁ ଆରମ୍ଭ ହୋଇ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ଚାଲିଥିଲା। ପରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ଖୋଲିଥିଲା। ୨୦୦୯ରେ ସରକାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ ସ୍କୁଲରେ ପଢିବାକୁ ନିଷ୍ପତ୍ତି ନେବା ପରେ ସମସ୍ତ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ଗୋଟିଏ ସ୍କୁଲ ପରିସରରେ ଅଧ୍ୟନ କଲେ। ଏବେ ଏହି ଉଚ୍ଚ ବିଦ୍ୟାଳୟରେ ୨୪୪ ଛାତ୍ରୀଛାତ୍ର ପଢୁଥିବାବେଳେ ମାତ୍ର ୫ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷକ ଅସ୍ଥାୟୀ ରୂପେ ଅଛନ୍ତି। ତାଙ୍କୁ ଭୋଟର ତାଲିକା ସଂଶୋଧନ, ଜନଗଣନା, ଆଧର ସହିତ ଭୋଟର କାର୍ଡ ସଂଯୋଗ ବହୁ କାର୍ଯ୍ୟରେ ନିୟୋଜିତ ରହିବାକୁ ପଡୁଛି। ଆଉ ୪ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ପଢାଇବା କଷ୍ଟକର ହୋଇପଡୁଛି। କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଦାୟିତ୍ୱରେ ଥିବା ଚିତ୍ତରଞ୍ଜନ ପାଣ୍ଡେଙ୍କୁ ପଚାରିବାରୁ ସେ କହିଲେ, ସରକାରଙ୍କ ନିୟମ ଅନୁସାରେ ୩୫ ଛାତ୍ରୀଛାତ୍ରଙ୍କୁ ଜଣେ ଶିକ୍ଷକ ରହିବା କଥା। ମାତ୍ର ଶିକ୍ଷକ ଅଭାବରୁ ଏପରି ପରିସ୍ଥିତି ସୃଷ୍ଟି ହେଉଛି। ପ୍ରତ୍ୟେକ ମାସରେ ୨ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଅବସର ନେଉଛନ୍ତି। ସେହି ଅନୁସାରେ ନୂତନ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ଆଗାମୀ ଦିନରେ ଏହାର ପ୍ରତିକାର କରିବାକୁ ଚେଷ୍ଟା କରିବୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?