ସାମିଲ ହେଲେ ୨୭୫ ପ୍ରତିଯୋଗୀ

ଢେଙ୍କାନାଳ ଅଫିସ, ୧୦।୧୨: ଢେଙ୍କାନାଳ ଷ୍ଟାଡିୟମ୍‌ ପରିସରରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୪ର୍ଥ ରାଜ୍ୟ ଆଦିବାସୀ ତୀରନ୍ଦାଜୀ ପ୍ରତିଯୋଗିତା। ରାଜ୍ୟ ତୀରନ୍ଦାଜୀ ସଂଘ ଓ ଢେଙ୍କାନାଳ ତୀରନ୍ଦାଜୀ ସଂଘର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ୧୪ଟି ଜିଲା, କିଟ୍‌ ବିଶ୍ୱବିଦ୍ୟାଳୟ, ହିନ୍ଦୁସ୍ଥାନ ଏରୋନେଟିକ୍ସ, ସାଇ ଆଦି ଅନୁଷ୍ଠାନର ୨୭୫ ପ୍ରତିଯୋଗୀ ଭାଗ ନେଇଛନ୍ତି।
୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ପ୍ରତିଯୋଗିତାକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂଦେଓ ତୀର ଚାଳନା କରି ଉଦ୍‌ଘାଟନ କରିଥିଲେ। ରାଜ୍ୟ ତୀରନ୍ଦାଜୀ ସଂଘ ସଭାପତି ଗୋକୁଳାନନ୍ଦ ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରାଇଥିଲେ। ପ୍ରତିଯୋଗିତା କମିଟି ଅଧ୍ୟକ୍ଷ ତଥା ଜିଲାପାଳ ସରୋଜ କୁମାର ସେଠୀ କହିଲେ, ତୀରନ୍ଦାଜୀ ଆଦିବାସୀଙ୍କ ପାରମ୍ପରିକ ଖେଳ। ଏହାକୁ ବଜାୟ ରଖିବା ସହ ଜନଜାତି ବର୍ଗର ଯୁବଗୋଷ୍ଠୀଙ୍କୁ ଏଥିପ୍ରତି ଆକର୍ଷିତ କରାଇବା ଲାଗି ଏଭଳି ପ୍ରତିଯୋଗିତା ସୁଯୋଗ ସୃଷ୍ଟି କରିବ। ଏହା ସେମାନଙ୍କୁ ଅଲିମ୍ପିକ୍‌କୁ ଯିବାର ବାଟ ଦେଖାଇବ ବୋଲି ଜିଲାପାଳ କହିଥିଲେ। ଜିଲା ତୀରନ୍ଦାଜୀ ସଂଘ ସଭାପତି ନବୀନଚନ୍ଦ୍ର ନାରାୟଣ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ସମ୍ପାଦକ ସମ୍ପୂର୍ଣ୍ଣାନନ୍ଦ ଦାସ ବିବରଣୀ ପ୍ରଦାନ କରିଥିଲେ। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଓଡ଼ିଶା ରୋଇଂ ଆସୋସିଏଶନ ସଭାପତି ବିନୋଦ ଦାଶ, ରାଜ୍ୟ ସଂଘ ଉପସଭାପତି ପ୍ରଫେସର ସରୋଜ ସିଂ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ କ୍ରୀଡ଼ାରେ ଜୀବନବ୍ୟାପୀ ସାଧନା ପାଇଁ ବରିଷ୍ଠ କ୍ରୀଡ଼ାବିତ୍‌ ଶ୍ରଦ୍ଧାନନ୍ଦ ଦାସଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିଲା।
ଆଦିବାସୀଙ୍କ ପାରମ୍ପରିକ ତୀରଚାଳନା ଖେଳର ବିକାଶ ଲକ୍ଷ୍ୟରେ ରାଜ୍ୟ ତୀରନ୍ଦାଜୀ ସଂଘ ପକ୍ଷରୁ ବିଭିନ୍ନ ସ୍ଥାନରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ସୂଚନା ଦିଆଯାଇଛି। ଜିଲା ସଂଘ ଉପସଭାପତି ରାଜ କିଶୋର ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ଜିଲା ସଂଘ ସମ୍ପାଦକ ଅମୀୟ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri