ସୁନାମି ଭୟରେ ଓଡ଼ିଶାର ୩୨୬ ଗାଁ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାର ୩୨୬ ଗ୍ରାମକୁ ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହି ଗ୍ରାମଗୁଡ଼ିକର ଲୋକଙ୍କୁ ସୁନାମିରୁ କିପରି ରକ୍ଷା କରାଯାଇପାରିବ ସେନେଇ ଓଡ଼ିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ) ଉପକୂଳବର୍ତ୍ତୀ ୬ ଜିଲା ସମେତ ପୁରୀ, କୋଣାର୍କ, ପାରାଦୀପ, ଗୋପାଳପୁର ଏବଂ ଗଞ୍ଜାମ ଏନ୍‌ଏସିରେ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ନିକଟରେ ୟୁନେସ୍କୋର ଇଣ୍ଟର ଗଭର୍ନମେଣ୍ଟାଲ ଓସେନୋଗ୍ରାଫିକ କମିଶନ (ଆଇଓସି) ଏବଂ ଭାରତ ସରକାରଙ୍କ ଇଣ୍ଡିଆନ ନ୍ୟାଶନାଲ ସେଣ୍ଟର ଫର ଓସନ ଇନ୍‌ଫରମିଂ ସିଷ୍ଟମ (ଆଇଏନ୍‌ସିଓଆଇଏସ୍‌) ପକ୍ଷରୁ ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ବକ୍ସିପାଲି (ଭେଙ୍କଟରାୟପୁର) ଏବଂ ଜଗତ୍‌ସିଂହପୁର ଜିଲା ନୋଳିଆସାହିକୁ ସୁନାମି ପ୍ରସ୍ତୁତି ଗ୍ରାମ ଭାବେ ଚିହ୍ନଟ କରାଯାଇଛି। ଏହି ୨ ଗ୍ରାମରେ
ତାଲିମ କାର୍ଯ୍ୟ ଶେଷ ହୋଇଛି। ୟୁନେସ୍କୋ ପକ୍ଷରୁ ଉକ୍ତ ଦୁଇ ଗ୍ରାମକୁ ସୁନାମି ପ୍ରସ୍ତୁତି (ସୁନାମି ରେଡି) ଗ୍ରାମ ଭାବେ ଘୋଷଣା କରାଯାଇଛି। ଉକ୍ତ ଦୁଇ ଗ୍ରାମ ଭଳି ଚିହ୍ନଟ ହୋଇଥିବା ଗ୍ରାମଗୁଡ଼ିକୁ ସୁନାମି ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ କରାଯିବାକୁ ନିଷ୍ପତ୍ତି ହୋଇଛି।

ସୁନାମିରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କ ସହ ଜନପ୍ରତିନିଧି ଓ ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ୧୨୨ ଗ୍ରାମରେ ଥିବା ଶିକ୍ଷକ, ବିଡିଓ, ଭିଏଲ୍‌ଡବ୍ଲ୍ୟୁ, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ, ଗ୍ରାମବାସୀ, ଓ୍ବାର୍ଡମେମ୍ବର, ମହିଳା ସ୍ବୟଂସହାୟକ ଗୋଷ୍ଠୀ ଆଦିଙ୍କୁ ତାଲିମ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜ୍ୟ ସରକାର ୭.୧୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଶିକ୍ଷକମାନଙ୍କର ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ଓଏସ୍‌ଡିଏମ୍‌ଏ ପକ୍ଷରୁ ସୂଚନା ଦିଆଯାଇଛି। ମୋବାଇଲ ଏସ୍‌ଏମ୍‌ଏସ୍‌, ଡିଜିଟାଲ ରେଡିଓ ଏବଂ ସାଇରନ ମାଧ୍ୟମରେ ଲୋକମାନଙ୍କୁ ସୁନାମି ଆସିବା ପୂର୍ବରୁ ସତର୍କ ସୂଚନା ଦିଆଯିବ। ଏହି ଖବର ପାଇବା ମାତ୍ରେ ଲୋକମାନେ କେଉଁ ସ୍ଥାନକୁ ଯିବେ ସେ ନେଇ ତାଲିମ ଦିଆଯାଇଛି। ଆଇଏନ୍‌ସିଓଆଇଏସ୍‌ ସୁନାମି ସୂଚନା ଦେବା ମାତ୍ରେ ସମୁଦ୍ରକୂଳ ଟାଓ୍ବାରଗୁଡ଼ିକରେ ଥିବା ସାଇରନ ବାଜିଉଠିବ। ଏହାର ଶବ୍ଦ ପ୍ରାୟ ଦେଢ଼ କିଲୋମିଟର ଯାଏ ଶୁଣାଯିବ। ଏହି ଶଦ୍ଦ ଶୁଣିବା ମାତ୍ରେ ତାଲିମପ୍ରାପ୍ତ ଲୋକମାନେ ଅନ୍ୟ ଲୋକମାନଙ୍କୁ ସତର୍କ କରାଇ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦେବେ। ଲୋକମାନଙ୍କୁ ପ୍ରାୟ ଦେଢ଼ କିଲୋମିଟର ପର୍ଯ୍ୟନ୍ତ ତୁରନ୍ତ ସ୍ଥାନାନ୍ତର କରାଯିବ। ଆଇଏନ୍‌ସିଓଆଇଏସ୍‌କୁ ସୂଚନା ମିଳିବା ମାତ୍ରେ ତୁରନ୍ତ ରାଜ୍ୟ ଆଇଏମ୍‌ଡି ଆଞ୍ଚଳିକ ଶାଖା କାର୍ଯ୍ୟାଳୟକୁ ସୂଚନା ଆସିବ। ରାଜ୍ୟ ସରକାରଙ୍କୁ ସୂଚନା ମିଳିବା ମାତ୍ରେ ତୁରନ୍ତ ସୁନାମିପ୍ରବଣ ଜିଲା, ବ୍ଲକ, ପଞ୍ଚାୟତଗୁଡ଼ିକୁ ତତ୍‌କ୍ଷଣାତ ଜଣାଇ ଦିଆଯିବ। ଏହା ଏକ ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟ ହୋଇଥିବାରୁ ଏଥିପାଇଁ ଅଧିକ ସତର୍କ ହେବାକୁ ପଡ଼ିବ। ଆଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି ଏଭଳି ପ୍ରାକୃତିକ ବିପର୍ଯ୍ୟୟରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ପ୍ରୟାସ ଜାରି ରଖିଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି। ବିଭିନ୍ନ ପର୍ଯ୍ୟାୟରେ ତାଲିମ କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?