ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ କୁମାର ଝା ଦେଇଥିବା ସୂଚନା ଅନୁଯାୟୀ
ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି।

ଜିନତ ଓ ଯମୁନାକୁ ମିଶାଇ ଅଛନ୍ତି ୪୦ ମହାବଳ ବାଘ। ତେବେ ଏହି ୪୦ରୁ ୬ ଶାବକ, ୧୭ଟି ବାଘୁଣୀ ରହିଛନ୍ତି। ସେହିଭଳି ଶିମିଳିପାଳରେ ଥିବା ମହାବଳ ମଧ୍ୟରେ ୧୮ ଟି କଳା ମହାବଳ ଅଛନ୍ତି। ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ ଥିବା ପ୍ରେମ କୁମାର ପ୍ରକାଶ କରିଛନ୍ତି। ଗତବର୍ଷ ଶିମିଳିପାଳରେ ୨୭ ମହାବଳ ସହ ୮ ଶାବକ ଥିଲେ।

ଅନ୍ୟପଟେ ମୟୂରଭଞ୍ଜ ଜିଲାର ଏହି ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏନେଇ ସୂଚନା ଦେଇଥିଲେ। ଏହାକୁ ଜାତୀୟ ଉଦ୍ୟାନ ଘୋଷଣା ପରେ ଏହା ଭାରତର ୧୦୭ ଓ ଓଡିଶାର ୨ ନମ୍ବର ଜାତୀୟ ପାର୍କ ହୋଇଛି। ଆଜି ଠାରୁ ଏହା ଶିମିଳିପାଳ ଜାତୀୟ ଉଦ୍ୟାନ ବା ନ୍ୟାଶନାଲ ପାର୍କ ଭାବରେ ପରିଗଣିତ ହୋଇଛି ବୋଲି ଜଙ୍ଗଲ ମନ୍ତ୍ରୀ ଗଣେଶରାମ କହିଛନ୍ତି।

ଏହା ଦ୍ୱାରା ସ୍ବତନ୍ତ୍ର ବଜେଟ କେନ୍ଦ୍ରରୁ ମିଳିବ। ସେହିପରି ବନ୍ୟପ୍ରାଣୀ ଓ ଜଙ୍ଗଲର ଅଧିକ ସୁରକ୍ଷା ହୋଇ ପାରିବ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଶିମିଳିପାଳ ସଂରକ୍ଷିତ ଜଙ୍ଗଲର ପରିସୀମା ୨୭୫୦ ବର୍ଗ କିଲୋମିଟର ରହିଥିବା ବେଳେ ସେଥିରୁ ୮୪୫.୭୦ ବର୍ଗ କିଲୋମିଟରକୁ ଘୋଷଣା କରାଯାଇଛି। ଏହା ବହୁ ଆଗରୁ ପେଣ୍ଡିଂ ଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

୮୪୫.୭୦ବର୍ଗ କିଲୋମିଟର (୮୪୫୭୦ ହେକ୍ଟର) ପରିମିତ ଶିମିଳିପାଳ ଜାତୀୟ ଉଦ୍ୟାନ ଅଧିନରେ ଶିମିଳିପାଳ ସାଉଥ ବନ୍ୟପ୍ରାଣୀ ଡିଭିଜନ ଓ ଶିମିଳିପାଳ ନର୍ଥ ବନ୍ୟପ୍ରାଣୀ ଡିଭିଜନ ରହିଛି। ଏହା ମଧ୍ୟରେ ଶିମିଳିପାଳ ସଂରକ୍ଷିତ ଜଙ୍ଗଲ ରହିଛି।

ଶିମିଳିପାଳ ସାଉଥ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ପିଠାବଟା ଉତ୍ତର ବନ୍ୟପ୍ରାଣୀ ରେଞ୍ଜ, ଦକ୍ଷିଣ ବନ୍ୟପ୍ରାଣୀ ରେଞ୍ଜ, ନାଓାନ ବନ୍ୟପ୍ରାଣୀ ରେଞ୍ଜ, ଜେନାବିଲ ବନ୍ୟପ୍ରାଣୀ ରେଞ୍ଜ, ନ୍ୟାଶନାଲ ପାର୍କ ବନ୍ୟପ୍ରାଣୀ ରେଞ୍ଜ, ୟୁବିକେ ବନ୍ୟପ୍ରାଣୀ ରେଞ୍ଜ ଓ ଭଞ୍ଜବସା ବନ୍ୟପ୍ରାଣୀ ରେଞ୍ଜ ରହିଛି। ଶିମିଳିପାଳ ନର୍ଥ ବନ୍ୟପ୍ରାଣୀ ଡିଭିଜନ ଅଧିନରେ ବରେହିପାଣି ବନୟପ୍ରାଣୀ ରେଞ୍ଜ, ଚହଲା ବନ୍ୟପ୍ରାଣୀ ରେଞ୍ଜ, ନଓାନା ନର୍ଥ ବନ୍ୟପ୍ରାଣୀ ରେଞ୍ଜ, ତଳବନ୍ଧ ବନ୍ୟପ୍ରାଣୀ ରେଞ୍ଜ ରହିଥିବା ସୂଚନା ମିଳିଛି।

ଏଠାରେ ସୂଚନାଯୋଗ୍ୟ ଯେ, ଶିମିଳିପାଳରେ ରହିଛି ମହାବଳ ବାଘ ସମେତ ବହୁ ଜାତିପ୍ରଜାତିର ବନ୍ୟପ୍ରାଣୀ ଜୀବଜନ୍ତୁ। ସେହିପରି ବିଭିନ୍ନ ପ୍ରକାରର ବୃକ୍ଷଲତା, ଜଡିବୁଟି ରହିଛି। ପ୍ରତ୍ୟେକ ବର୍ଷ ବହୁ ପର୍ଯ୍ୟଟକ ଏଠାକୁ ବୁଲିଆସିବା ସହ ଗବେଷକମାନେ ଆସି ଗବେଷଣା କରୁଛନ୍ତି।

ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି। ପୂର୍ବରୁ ଏହାର କୋର ଓ ବଫର ଅଞ୍ଚଳରେ ବହୁ ଗ୍ରାମ, ଜମିବାଡ଼ି ଆଦି ରହିଥିଲା। ସେହି ଗ୍ରାମରେ ଲୋକମାନେ ବହୁ ବର୍ଷ ଧରି ଚାଷବାସ କରି ବସବାସ କରିଆସୁଥିଲେ ଏବଂ ବହୁ ଘରୋଇ ଜମିଥିଲା। ସେହିପରି ଶିମିଳିପାଳ ଜଙ୍ଗଲ ଉପରେ ସ୍ଥାନୀୟ ବନବାସୀଙ୍କ ଅଧିକାର ଥିଲା। ସରକାରଙ୍କୁ ସେମାନଙ୍କୁ ସମସ୍ତ ପ୍ରକାରର କ୍ଷତିପୂରଣ ପ୍ରଦାନ କରିବା ସହ ଅନ୍ୟଜଙ୍ଗଲ ଅଞ୍ଚଳରୁ ବାହାର କରି ଅନ୍ୟ ଅଞ୍ଚଳରେ ଥଇଥାନ କରିଛନ୍ତି। ସେହିପରି ଲୋକଙ୍କ ସବୁ ଅଧିକାର ପୂରଣ କରାଯାଇଛି। ଏଣୁ ଏବେ ଏହି ଅଭୟାରଣ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ ଘୋଷଣା ହୋଇଛି। ଏହା ଦ୍ୱାରା ଦେଶ ଓ ବିଦେଶରୁ ବହୁ ପର୍ଯ୍ୟଟକ ଆସିବେ ଏବଂ ଏହା ଦ୍ୱାରା ଉକ୍ତ ଅଞ୍ଚଳର ବିକାଶ ହୋଇ ପାରିବା ସହ ବନ୍ୟପ୍ରାଣୀ, ଜଙ୍ଗଲ ଓ ତଥା ପରିବେଶର ସୁରକ୍ଷା ହୋଇପାରିବ ବୋଲି ମତପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?