୪୦ ଅଧ୍ୟାପକ ପଦବୀ ଖାଲି

ଢେଙ୍କାନାଳ ଅଫିସ, ୩୧।୧୨ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି ଦେଖାଦେଇଛି। କଲେଜରେ ୬୦ ଅଧ୍ୟାପକ ପଦବୀ ମଧ୍ୟରୁ ୪୦ ଖାଲି ପଡ଼ିଛି। ୨୦ ଅଧ୍ୟାପିକା ଅଧ୍ୟାପକଙ୍କୁ ନେଇ ବଡ଼ କଷ୍ଟରେ ଶିକ୍ଷାଦାନ ଚାଲିଛି। ସେହିପରି ଏହି ପୁରାତନ ଐତିହ୍ୟସମ୍ପନ୍ନ କଲେଜ କ୍ୟାମ୍ପସ ଦୀର୍ଘବର୍ଷ ପରେ ବି ଆଲୋକୀକରଣ ହୋଇପାରିନାହିଁ। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଏବଂ ଭବିଷ୍ୟତ ଦୃଷ୍ଟିରୁ ଏସବୁ ସମସ୍ୟାର ଆଶୁ ସମାଧାନ କରିବାକୁ ବୁଧବାର ଅନୁଷ୍ଠିତ ମୋ’ କଲେଜ ବୈଠକରେ ଦାବି ଜଣାଇଛନ୍ତି କଲେଜ ଅଧ୍ୟକ୍ଷ ରଞ୍ଜିତ କୁମାର ପ୍ରଧାନ।
ଆୟୋଜିତ ବୈଠକରେ ପୁରାତନ ଛାତ୍ର ସଂସଦ ସଭାପତି ନବୀନଚନ୍ଦ୍ର ନାରାୟଣ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ କଲେଜ ଉନ୍ନତିରେ ପୂର୍ଣ୍ଣ ସହଯୋଗ କରିବାକୁ ଆହ୍ବାନ ଦେଇଥିଲେ। ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଡ. ଜୟନ୍ତ ବର୍ମା ମହାବିଦ୍ୟାଳୟକୁ ଶୀର୍ଷ ସ୍ଥାନରେ ପହଞ୍ଚାଇବାକୁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ସମ୍ପାଦକ ବିରଞ୍ଚତ୍ ନାରାୟଣ ପାଣି ପୁରୁଣା ଦିନର ସ୍ମୃତିଚାରଣ କରିଥିଲେ। ଭର୍ଚୁଆଲ୍‌ ମୋଡ୍‌ରେ ପ୍ରଫେସର ସାଧନା ଶତପଥୀ ଯୋଡ଼ିହୋଇ ଯଥାସମ୍ଭବ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ମୋ କଲେଜ ଅଭିଯାନ ଅଧିକାରୀ ଡ. ଦେବାଶିଷ ମହାନ୍ତି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଶିବସାଇ ମହାପାତ୍ର, ଦୀପ୍ତୀଶ ପଟ୍ଟନାୟକ, ନିର୍ମଳ ମିଶ୍ର, ବିଶ୍ୱନାଥ ବେହେରା, ପ୍ରେମଶଙ୍କର ମିଶ୍ର, ମନୋଜ ଅଗ୍ରୱାଲ, ଦେବୀ ପ୍ରସାଦ ମିଶ୍ର, ସାଇଶ୍ରୀ ପଟ୍ଟନାୟକ, ବିଶ୍ୱନାଥ ମହାପାତ୍ର, ରଞ୍ଜନ ନାୟକ, ସୁନୀଲ ଦାଶ ପ୍ରମୁଖ ଆଲୋଚନାରେ ଭାଗନେଇ ନିଜସ୍ବ ମତ ଉପସ୍ଥାପନ କରିଥିଲେ। ପଦାର୍ଥ ବିଜ୍ଞାନ ବିଭାଗ ବରିଷ୍ଠ ଅଧ୍ୟାପକ ପ୍ରଶାନ୍ତ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri