Posted inଜାତୀୟ

ଦେଶରେ ୪୨ ଆତଙ୍କବାଦୀ ସଂଗଠନ, ୧୬,୪୨୭ ଘରୋଇ ସୁରକ୍ଷା ଏଜେନ୍ସି, , ରାଜ୍ୟ ସଭାରେ ସରକାରଙ୍କ ଉତ୍ତର…

ନୂଆଦିଲ୍ଲୀ, ୨।୨ : ଦେଶରେ ଆତଙ୍କବାଦୀ ସଂଗଠନ ତଥା ଏହା ସହ ଜଡିତ ଲୋକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଦେଶରେ ୪୨ ଆତଙ୍କବାଦୀ ସଂଗଠନ ଚିହ୍ନଟ ହୋଇଛି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ରାଜ୍ୟ ସଭାରେ ସରକାର ଏହି ଉତ୍ତର ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି ଯେ ଭାରତରେ ସମୁଦାୟ ୪୨ ଟି ସଂଗଠନକୁ ଆତଙ୍କବାଦୀ ସଂଗଠନ ଭାବେ ନାମିତ କରାଯାଇଛି।

ଏହା ସହିତ ୩୧ ଜଣଙ୍କୁ ୟୁଏପିଏ ସିଡ୍ୟୁଲ୍‌ ଅନ୍ତର୍ଗତ ରେ ଆତଙ୍କବାଦୀ ଭାବେ ଚିହ୍ନଟ କରାଯାଇଛି। ସେମାନେ କୌଣସି ପ୍ରକାର ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ଥିବା ଜଣାପଡିଛି। ତେବେ ୟୁଏପିଏ ସିଡ୍ୟୁଲ୍‌କୁ ନେଇ ବିବାଦ ଲାଗି ରହିଛି।

ଏହାର ଅପବ୍ୟବହାର ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ ଅଣାଯାଇଛି। ଆତଙ୍କବାଦୀ ସଂଗଠନ ଏବଂ ଏଭଳି କାର୍ଯ୍ୟକଳାପରେ ଜଡିତ ଲୋକଙ୍କ ବିଷୟରେ ସୂଚନା ଦେବା ବ୍ୟତୀତ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଦେଶରେ କେତେ ସଂଖ୍ୟକ ଘରୋଇ ସୁରକ୍ଷା ଏଜେନ୍ସି କାର୍ଯ୍ୟ କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମନ୍ତ୍ରଣାଳୟ କହିଛି ଯେ ୨୦୨୨ ଜାନୁୟାରୀ ୨୮ ସୁଦ୍ଧାରେ ଦେଶରେ ମୋଟ ୧୬,୪୨୭ ଘରୋଇ ସୁରକ୍ଷା ଏଜେନ୍ସି କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?