ଚିଲିକାରେ ୪, ୮୭୦୦୦ ବିଦେଶୀ ପକ୍ଷୀ

ବାଲୁଗଁା,୫ା୧୨(ଡି.ଏନ୍‌.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର ୧ ସୁଦ୍ଧା ସମଗ୍ର ଚିଲିକାରେ ୪, ୮୭୦୦୦ ରଙ୍ଗବେରଙ୍ଗ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ ହୋଇଥିବା ବାଲୁଗଁା ବନ୍ୟ ପ୍ରାଣୀ ବିଭାଗୀୟ ଆକଳନରୁ ଜଣାପଡ଼ିଛି। ଏହି ପକ୍ଷୀଙ୍କ କଳରବ ଓ ଜଳକ୍ରୀଡ଼ା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବେଶ୍‌ ବିମୋହିତ କରିଛି। ପକ୍ଷୀ ଅଭୟାରଣ୍ୟ ନଳବଣରେ ୧, ୯୮୦୦୦ ପକ୍ଷୀଙ୍କ ସମାଗମ ହୋଇଥିବା ବେଳେ ମଙ୍ଗଳାଯୋଡ଼ି, ଭୂଷଣ୍ଡପୁର, ନଈରୀ, କାଳୁପଡ଼ ବଡ଼ଗୋଠ, ସାତପଡ଼ା ଓ କୃଷ୍ଣପ୍ରସାଦ ଅଞ୍ଚଳରେ ୨, ୮୯୦୦୦ ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ଟାଙ୍ଗୀ ରେଞ୍ଜ ଅଧୀନ ମଙ୍ଗଳାଯୋଡ଼ି ଅଞ୍ଚଳରେ ସର୍ବାଧିକ ପକ୍ଷୀଙ୍କ ସମାଗମ ହୋଇଥିବା ଜଣାପଡ଼ିଛି। ଚିଲିକାକୁ ଆସୁଥିବା ୧୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୩ ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଛି ା ତନ୍ମଧ୍ୟରୁ ୟୁଜିଅନ୍‌, ବ୍ଲାକ୍‌ ଟେଲଡ୍‌ ଗଡ୍‌ଓ୍ବିଟି, ନର୍ଦ୍ଦନ ପିଣ୍ଟେଲ , ଗଡ୍‌ଓ୍ବାଲ, ବ୍ରାହ୍ମିନ ସେଲଡକ୍‌ ଏବଂ ସୋଭଲର ଆଦି ପ୍ରଜାତିର ସର୍ବାଧିକ ସଂଖ୍ୟାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri