ଚିଲିକାରେ ୪, ୮୭୦୦୦ ବିଦେଶୀ ପକ୍ଷୀ

ବାଲୁଗଁା,୫ା୧୨(ଡି.ଏନ୍‌.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର ୧ ସୁଦ୍ଧା ସମଗ୍ର ଚିଲିକାରେ ୪, ୮୭୦୦୦ ରଙ୍ଗବେରଙ୍ଗ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ ହୋଇଥିବା ବାଲୁଗଁା ବନ୍ୟ ପ୍ରାଣୀ ବିଭାଗୀୟ ଆକଳନରୁ ଜଣାପଡ଼ିଛି। ଏହି ପକ୍ଷୀଙ୍କ କଳରବ ଓ ଜଳକ୍ରୀଡ଼ା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବେଶ୍‌ ବିମୋହିତ କରିଛି। ପକ୍ଷୀ ଅଭୟାରଣ୍ୟ ନଳବଣରେ ୧, ୯୮୦୦୦ ପକ୍ଷୀଙ୍କ ସମାଗମ ହୋଇଥିବା ବେଳେ ମଙ୍ଗଳାଯୋଡ଼ି, ଭୂଷଣ୍ଡପୁର, ନଈରୀ, କାଳୁପଡ଼ ବଡ଼ଗୋଠ, ସାତପଡ଼ା ଓ କୃଷ୍ଣପ୍ରସାଦ ଅଞ୍ଚଳରେ ୨, ୮୯୦୦୦ ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ଟାଙ୍ଗୀ ରେଞ୍ଜ ଅଧୀନ ମଙ୍ଗଳାଯୋଡ଼ି ଅଞ୍ଚଳରେ ସର୍ବାଧିକ ପକ୍ଷୀଙ୍କ ସମାଗମ ହୋଇଥିବା ଜଣାପଡ଼ିଛି। ଚିଲିକାକୁ ଆସୁଥିବା ୧୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୩ ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଛି ା ତନ୍ମଧ୍ୟରୁ ୟୁଜିଅନ୍‌, ବ୍ଲାକ୍‌ ଟେଲଡ୍‌ ଗଡ୍‌ଓ୍ବିଟି, ନର୍ଦ୍ଦନ ପିଣ୍ଟେଲ , ଗଡ୍‌ଓ୍ବାଲ, ବ୍ରାହ୍ମିନ ସେଲଡକ୍‌ ଏବଂ ସୋଭଲର ଆଦି ପ୍ରଜାତିର ସର୍ବାଧିକ ସଂଖ୍ୟାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri