ରାଜ୍ୟରେ ଚାଲୁଛି ୪୯ ଶୀତଳଭଣ୍ଡାର

ଭୁବନେଶ୍ୱର,୬।୧୨(ବ୍ୟୁରୋ): ରାଜ୍ୟରେ ସମୁଦାୟ ୧୩୧ଟି ଶାତଳଭଣ୍ଡାର ପ୍ରତିଷ୍ଠା ହୋଇଛି। ସେଥିରୁ ୨ଟି ଶୀତଳ ଭଣ୍ଡାର ଆଳୁ ମିଶନ ଅଧୀନରେ ହୋଇଛି। ଆଳୁ ମିଶନ ବାବଦରେ ୩୦୨ ଲକ୍ଷ ଟଙ୍କା ଅର୍ଥ ବ୍ୟୟ ହୋଇଛି। ଏତଦ୍‌ ବ୍ୟତୀତ ବିଦ୍ୟୁତ୍‌ ଶୁଳ୍କ ରିହାତି ବାବଦରେ ୯୩.୭୩ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ୨୦୧୪-୧୫ ଆର୍ଥିକ ବର୍ଷରେ ରାଜ୍ୟର ୩୦ ଜିଲାରେ ଆଳୁ ମିଶନ ପୂର୍ବରୁ ମୋଟ ୨.୬୯ ଲକ୍ଷ ମେଟ୍ରିକ ଟନ୍‌ ଉତ୍ପାଦନ ହୋଇଥିଲା। ସେହିପରି ଆଳୁ ମିଶନ ସମୟରେ ସାମାନ୍ୟ ଅଧିକ ଉତ୍ପାଦନ ହୋିତିଲେ ମଧ୍ୟ ଏତେଟା ଉତ୍ସାହଜନକ ନ ଥିଲା। ୨୦୧୫-୧୬ ଆର୍ଥିକ ବର୍ଷରେ ରାଜ୍ୟରେ ମୋଟ ୨.୭୯ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦନ ହୋଇଥିଲା। ୨୦୧୬-୧୭ ଆର୍ଥିକ ବର୍ଷରେ ମୋଟ ୩.୦୨ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦିତ ହୋଇଥିଲା। ସେହିପରି ୨୦୧୭-୧୮ ଆର୍ଥିକ ବର୍ଷରେ ମୋଟ ୨.୯୮ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦନ ହୋଇଛି। ଆଳୁ ମିଶନ ପରେ ୨୦୧୮-୧୯ ଆର୍ଥିକ ବର୍ଷରେ ମୋ ୨.୯୦ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦନ ହୋଇଛି। ୨୦୧୯-୨୦ ଆର୍ଥିକ ବର୍ଷରେ ୨.୯୫ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦନ ହୋଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ମୋଟ ୩.୧୦ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଉତ୍ପାଦନ ହୋଇଛି ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।

ବିଧାୟକ ମୋହନ ଚରଣ ମାଝୀ ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ସାହୁ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ୪୯ଟି ଶୀତଳଭଣ୍ଡାର କାର୍ଯ୍ୟକ୍ଷମ ଅଛି। ଏବେ ୮୨ଟି ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ଅଛି। ଅଚଳ ଅବସ୍ଥାରେ ଥିବା ଶୀତଳଭଣ୍ଡାରକୁ ସଚଳ କରିବା ପାଇଁ ଏହାର ସମ୍ଭାବ୍ୟତା, କରଣୀୟତା ଓ ସାଧନଯୋଗ୍ୟତାକୁ ବିଚାରକୁ ନେଇ ନିୟମାନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶୀତଳବଣ୍ଡାର ଗୁଡିକର ପୂର୍ଣ୍ଣ କ୍ଷମତା ଉପଯୋଗ ସମ୍ପୂର୍ଣ୍ଣ ଭାବେ ଉଦ୍ୟଗୀମାନଙ୍କ ଦାୟିତ୍ୱ ଅଟେ। ମାତ୍ର ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ନିମନ୍ତେ ଶୀତଳ ଭଣ୍ଡାର ପାଇଁ ୩ ବର୍ଷ ଯଥା ୨୦୨୧-୨୨, ୨୦୨୨-୨୩ ଏବଂ ୨୦୨୩-୨୪ ପର୍ଯ୍ୟନ୍ତ ୫୦ ପ୍ରତିଶତ ହାରରେ ବିଦ୍ୟୁତ୍‌ ଶୁଳ୍କ ଉପରେ ରିହାତି ପ୍ରଦାନ କରାଯାଉଛି। ରାଜ୍ୟରେ ଆଳୁ ଓ ଆଳୁ ବିହନ ଉତ୍ପାଦନ ବୃଦ୍ଧି ଓ ରାଜ୍ୟକୁ ସ୍ବାବଲମ୍ବି କରିବା ପାଇଁ ଚାଷୀମାନଙ୍କୁ ହେକ୍ଟର ପିଛା ୫୮ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଉଛି। ରାଜ୍ୟରେ ଆଳୁ ଓ ଆଳୁ ବିହନ ଉତ୍ପାଦନ ବୃଦ୍ଧି, ରାଜ୍ୟକୁ ସ୍ବଳ୍ପ ଓ ବ୍ୟୟ ଉପଯୋଗୀ ମୂଲ୍ୟରେ ଆଳୁ ବିହନ ଚାଷୀଙ୍କୁ ଯୋଗାଇଦେବା, ପ୍ରୟୋଗଶାଳାରେ ନୂତନ ଜ୍ଞାନକୌଶଳ ପ୍ରୟୋଗ କରି ଆଳୁ ବିହନ ଉତ୍ପାଦନ କ୍ଷେତ୍ରରେ ରାଜ୍ୟକୁ ସ୍ବାବଲମ୍ବୀ କରିବା ଲାଗି ଘରୋଇ ସଂସ୍ଥା ଆନ୍ତର୍ଜାତୀୟ ଆଳୁ କେନ୍ଦ୍ର(ସିଆଇପି)କୁ ପ୍ରୋତ୍ସାହନ ଦିଆଯାଉଛି। ସେହିପରି ବିଧାୟକ ପ୍ରଶାନ୍ତ ବେହେରା ପଚାରିଥିବା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ସାହୁ କହିଛନ୍ତି, ରାଜ୍ୟର ୨୮୨ଟି ବ୍ଲକରେ କୌଣସି ଶୀତଳଭଣ୍ଡାର ପ୍ରତିଷ୍ଠା ହୋଇନାହିଁ। ରାଜ୍ୟର ୩୨ ବ୍ଲକରେ ସମୁଦାୟ ୪୯ଟି ଶୀତଳଭଣ୍ଡାର ସଚଳ ଅବସ୍ଥାରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri