ଓଡ଼ିଶାରେ ହେଉ ୫ ବିମାନବନ୍ଦର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଆଞ୍ଚଳିକ ଯୋଗାଯୋଗକୁ ବ୍ୟାପକ କରିବା ସହ ସମସ୍ତଙ୍କ ପାଇଁ ଆକାଶପଥକୁ ସୁଗମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାସହ ଅର୍ଥନୈତିକ ଅଭିବୃଦ୍ଧି ନେଇ ଉଡ଼ାଣ ଯୋଜନାରେ ଦେଶରେ ୧୦୦ ଏୟାରଷ୍ଟ୍ରିପକୁ ବିକଶିତ କରିବାକୁ ଯୋଜନା କରିଛନ୍ତି। ଓଡ଼ିଶାରେ ମଧ୍ୟ ୩ଟି ଏୟାରଷ୍ଟ୍ରିପ୍‌ ପାଇଁ ଯୋଜନା ଅଛି, ହେଲେ ଆଉ ୫ଟି ବିମାନବନ୍ଦର ରଙ୍ଗେଇଲୁଣ୍ଡା, କୋଣାର୍କ, କଳିଙ୍ଗନଗର, ପାରାଦ୍ୱୀପ ଓ ରାସଗୋବିନ୍ଦପୁରରେ କରିବାକୁ ଓଡ଼ିଶା ନାଗରିକ ସମାଜ, ଆମ ଜନତା ଅଧିକାର ଓ ମୁମ୍ବାଇ ଓଡ଼ିଆ ଯୁବ ସଂଗଠନ ଦାବି କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ଉପରୋକ୍ତ ସଂଘ ସଦସ୍ୟମାନେ କହିଥିଲେ ରାଜ୍ୟର ଆଉ ୫ ସ୍ଥାନରେ ବିମାନ ଚଳାଚଳ ଆରମ୍ଭ ହେଲେ ଓଡ଼ିଶାର ଅର୍ଥନୈତିକ ଓ ପର୍ଯ୍ୟଟନ ବିକାଶରେ ଏକ ମାଇଲଖୁଣ୍ଟ ହେବ। କଳିଙ୍ଗ ନଗର ଶିଳ୍ପ, ଖଣିର ବିକାଶ ସହ ଯାଜପୁର ଜିଲାର ବୌଦ୍ଧକୀର୍ତ୍ତିର ପ୍ରଚାର ଓ ପ୍ରସାରରେ ସହାୟକ ହେବ। ରଙ୍ଗେଇଲୁଣ୍ଡା ଯୋଗୁ ଗୋପାଳପୁର ବନ୍ଦର, ବେଳାଭୂମି, ବାଣିଜ୍ୟ ଓ ପର୍ଯ୍ୟଟନ ବିକାଶ ସହ ପଡ଼ୋଶୀ ରାଜ୍ୟ ମଧ୍ୟ ଲାଭ ପାଇବ। ଗଞ୍ଜାମ ତଥା ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରୁ ଯାଇ କାମ କରୁଥିବା ଲକ୍ଷାଧିକ ପ୍ରବାସୀ ଓଡ଼ିଆ ଏଥିରେ ଉପକୃତ ହେବେ। ପାରାଦ୍ୱୀପ ବନ୍ଦର ସହ ଅନେକ ବଡ଼ ବଡ଼ ଶିଳ୍ପ କାରଖାନାରେ ଏହା ବେଶ୍‌ ସହାୟକ ହେବ। ସେହିପରି ରାସଗୋବିନ୍ଦପୁର ଏୟାରଷ୍ଟ୍ରିପ ଶିମିଳପାଳ ଅଭୟାରଣ୍ୟ, ଖଣିଖାଦାନ ବିକାଶ, ପଡ଼ୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସହ ଓଡ଼ିଶାର ଆଦିବାସୀ ଅଞ୍ଚଳର ବିକାଶ ହୋଇପାରିବ ବୋଲି ଆମ ଜନତା ଅଧିକାରର ରାଜ୍ୟ ଆବାହକ ମନୋଜ ଜେନା, ଓଡ଼ିଶା ନାଗରିକ ସମାଜର ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ, ମୁମ୍ବାଇ ଓଡ଼ିଆ ଯୁବ ସଂଗଠନର ଅଧ୍ୟକ୍ଷ ନିଳାଞ୍ଚଳ ପାତ୍ର ପ୍ରମୁଖ ଏହି ଦାବି କରିଛନ୍ତି। ଏଥିସହ ଏକ ପ୍ରତିନିଧିମଣ୍ଡଳ ରାଜଭବନ ଯାଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ମାଧ୍ୟମରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟର ମଧ୍ୟ ଅନୁରୂପ ଦାବି କରାଯାଇଥିବା ସଙ୍ଗଠନ ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri