ରାଜ୍ୟରେ ୫୦ ହଜାର ଏଡ୍‌ସ ଆକ୍ରାନ୍ତ, ସବୁଠୁ ଅଧିକ ରହିଛନ୍ତି ଏହି ଜିଲାରେ…

ଭୁବନେଶ୍ୱର,୧ା୧୨: ଆଜି ଅର୍ଥାତ୍‌ ଡିସେମ୍ବର ୧ରେ ବିଶ୍ବ ଏଡ୍‌ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍‌ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୦ ହଜାର ଏଡ୍‌ସ ରୋଗୀ ଥିବାବେଳେ ସୁବର୍ଣ୍ଣପୁରରେ ସର୍ବନିମ୍ନ ୧୫୦ ଏଡ୍‌ସ ରୋଗୀ ଅଛନ୍ତି।

ଆଉ ଏଡ୍‌ସ ରୋଗୀ ମଧ୍ୟ ରାଜ୍ୟରେ ବିଶେଷ ଚିହ୍ନଟ ହେଉନାହାନ୍ତି। ୨୦୩୦ ସୁଦ୍ଧା କେହି ଏଡ୍‌ସ ଆକ୍ରାନ୍ତ ଯେପରି ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ। ସାଢ଼େ ୩ କୋଟି ଲୋକଙ୍କୁ ସ୍ବତନ୍ତ୍ର କାର୍ଡ ଦିଆଯିବ। କଶ୍ମୀରରୁ କନ୍ୟାକୁମାରୀ ଯାଏ ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟ ସୁବିଧା ରହିବ ବୋଲି ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri