ଓଡ଼ିଶାରେ କରୋନାର ୪ ଗ୍ରୁପ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ): ଦେଶରେ କରୋନା ଭାଇରସର ଯେଉଁ ୪ଟି ଗ୍ରୁପ୍‌ ଅଛି ତାହା ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। ୪ଟି ମଧ୍ୟରୁ ଗୋଟିଏ ଗ୍ରୁପ୍‌ ଅଧିକ ଦେଖାଯାଇଛି। ଏହି ଗ୍ରୁପ୍‌ ତାମିଲନାଡ଼ୁ ଓ ମହାରାଷ୍ଟ୍ରରୁ ଆସିଥିବା ଆକ୍ରାନ୍ତଙ୍କ ପାଖରେ ଦେଖିବାକୁ ମିଳିଛି। ତେବେ ଏହା ଉପରେ ଅଧିକ ଗବେଷଣା ଚାଲିଛି ବୋଲି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ ନିର୍ଦ୍ଦେଶକ ଅଜୟ ପରିଡ଼ା କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ରାଜ୍ୟରେ ମଙ୍ଗଳବାରଠାରୁ ଆଣ୍ଟିଜେନ୍‌ ଟେଷ୍ଟ ଆରମ୍ଭ ହୋଇଛି। ଏହି ଟେଷ୍ଟ ପାଇଁ ଫୋକସ୍‌ ଏରିଆ ଭାବେ ଗଞ୍ଜାମ ଓ କଟକ ଜିଲାକୁ ନିଆଯାଇଛି। କଟକରେ ଏହି ଟେଷ୍ଟ ଆରମ୍ଭ ହୋଇଛି। ଆଣ୍ଟିଜେନ୍‌ ଟେଷ୍ଟ ଯଦି କାହାର ପଜିଟିଭ୍‌ ଆସେ ତେବେ ତାଙ୍କୁ କରୋନା ପଜିଟିଭ୍‌ ହୋଇଥିବା କନ୍‌ଫର୍ମ ଭାବେ ଧରାଯିବ। କିନ୍ତୁ ଯଦି କୌଣସି ବ୍ୟକ୍ତିଙ୍କର ଆଣ୍ଟିଜେନ ଟେଷ୍ଟ ନେଗେଟିଭ ଆସେ ଓ ତାଙ୍କର କରୋନା ଲକ୍ଷଣ ଥାଏ ତେବେ ଆର୍‌ଟିପିସିଆର୍‌ ଟେଷ୍ଟ ପାଇଁ ସ୍ବାବ୍‌ ପଠାଯିବ। ଏଭଳି ଟେଷ୍ଟ କରାଗଲେ ଦିନକୁ ଅଧିକ ଲୋକଙ୍କୁ ପରୀକ୍ଷା କରାଯାଇପାରିବ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ସମ୍ପର୍କରେ ସୂଚନା ଦେଇ ନିର୍ଦ୍ଦେଶକ ପରିଡ଼ା କହିଛନ୍ତି, ଗତ କିଛିଦିନ ହେବ ଅଧିକ ପରୀକ୍ଷା ହେଉଥିବାରୁ ଅଧିକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। କିନ୍ତୁ ରାଜ୍ୟରେ ଏବେ ବି ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ହସ୍ପିଟାଲଗୁଡ଼ିକରେ ଯେଉଁ ପଜିଟିଭ୍‌ ବାହାରିଛନ୍ତି ସେ ନେଇ କହିଥିଲେ ଯେ, ଗଞ୍ଜାମରୁ ଜଣେ ବ୍ୟକ୍ତି ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲକୁ ଯାଇଥିଲେ। ତାଙ୍କ ମାଧ୍ୟମରୁ ହସ୍ପିଟାଲ କର୍ମଚାରୀଙ୍କୁ ଭୂତାଣୁ ବ୍ୟାପିଥିଲା। କିନ୍ତୁ ହସ୍ପିଟାଲଗୁଡ଼ିକରେ କରୋନା ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ଆଗ ଧାଡ଼ିର ଯୋଦ୍ଧାମାନଙ୍କୁ ଅଧିକ ସଚେତନ ହେବାକୁ ପଡ଼ିବ। କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ରାଜ୍ୟରେ ଆଣ୍ଟିଜେନ୍‌, ସେରୋଲୋଜିକାଲ, ଆର୍‌ଟିପିସିଆର୍‌ ଆଦି ୩ ପ୍ରକାର ଟେଷ୍ଟ କରାଯାଉଛି। ତେବେ ଓଡ଼ିଶାରେ କରୋନା ମୃତ୍ୟୁ ହାର ଅନ୍ୟ ରାଜ୍ୟ ତୁଳନାରେ କମ୍‌ ରହିଛି। ସେହିପରି ଭ୍ୟାକ୍ସିନ ପ୍ରସଙ୍ଗରେ ସେ କହିଛନ୍ତି, ଭ୍ୟାକ୍ସିନ ଆସୁ ଆସୁ ଆସନ୍ତା ବର୍ଷ ହୋଇଯିବ। ହ୍ୟୁମାନ ଟ୍ରାଏଲ ରେଜଲ୍ଟ ପରେ ହିଁ ଭ୍ୟାକ୍ସିନ ଆସିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri