Posted inରାଜ୍ୟ

ରାଜ୍ୟରେ ୭୦୦ ଫାୟାର ପଏଣ୍ଟ

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଜାତୀୟ ପ୍ରସଙ୍ଗ ପାଲଟିଛି। ଏହା ଉପରେ ତାଜା ତଥ୍ୟ ଦେଉଥିବା ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ସୂଚନାନୁସାରେ, ଶିମିଳିପାଳ ଜଙ୍ଗଲର ୯ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବାବେଳେ ରାଜ୍ୟର ମୋଟ୍‌ ୭୦୦ଟି ଫାୟାର ପଏଣ୍ଟ ପଞ୍ଜୀକରଣ କରାଯାଇଛି। ତେବେ ବନାଗ୍ନି ପ୍ରଶମନ ଓ ପରିଚାଳନା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରୟାସ ଜାରି ରଖିଛନ୍ତି। ବର୍ତ୍ତମାନ ଜଙ୍ଗଲ ନିଆଁ ନିୟନ୍ତ୍ରଣରେ ରହିଛି। ଶିମିଳିପାଳ ଜଙ୍ଗଲ ସମେତ ରାଜ୍ୟର କିଛି ଅଂଶରେ ବର୍ଷା ହୋଇଛି। ଫଳରେ ବ୍ୟାପୁଥିବା ବନାଗ୍ନି ରୋକିବାରେ ସହାୟକ ହେଉଛି ବୋଲି ଫରେଷ୍ଟ ଫାୟାର ଟାସ୍କ ଫୋର୍ସ ଅଧ୍ୟକ୍ଷ ସନ୍ଦୀପ ତ୍ରିପାଠୀ କହିଛନ୍ତି।

ଅନ୍ୟପକ୍ଷରେ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ଶିମିଳିପାଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି। କେନ୍ଦ୍ରୀୟ ଟିମ୍‌ର ସଦସ୍ୟ ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ)ର ଆଇଜିଏଫ୍‌ ଅମିତ ମଲ୍ଲିକ ଓ ଅନ୍ୟତମ ସଦସ୍ୟ ତଥା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଡିଡିଜି ସୁବ୍ରତ ମହାପାତ୍ର ଶିମିଳିପାଳରେ କ୍ୟାମ୍ପ୍‌ କରି ଜଙ୍ଗଲ ଓ ଲାଗିଥିବା ନିଆଁର କାରଣ, ନିୟନ୍ତ୍ରଣ ଓ କ୍ଷୟକ୍ଷତି ଆଦିକୁ ନିରୀକ୍ଷଣ କରୁଛନ୍ତି। ସେମାନଙ୍କ ସହ ଫାୟାର ଟାସ୍କ ଫୋର୍ସର ଦୁଇଜଣ ଅଧିକାରୀ ଅଛନ୍ତି। ସେମାନଙ୍କ ପ୍ରତ୍ୟାବର୍ତ୍ତନ ପରେ ଆଲୋଚନା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ତ୍ରିପାଠୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଜଙ୍ଗଲ ନିଆଁ ଯେପରି ଅଧିକ ତୀବ୍ର ନ ହେବ ସେଥିପାଇଁ ସତର୍କ ଓ ସଜାଗ ରହିବାକୁ କୁହାଯାଇଛି। ରାତିରେ ପାଟ୍ରୋଲିଂ ସହ ଅଗ୍ନି ସତର୍କତା ଗାଇଡ୍‌ଲାଇନ୍‌ ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କ୍ଷେତ୍ର ବନ କର୍ମଚାରୀଙ୍କ ସୂଚନା ଆଧାରରେ ଫାୟାର ପଏଣ୍ଟକୁ ଯିବାପରେ ଓଏଫ୍‌ଏମ୍‌ଏସ୍‌ରେ ଫଟୋ ସହିତ ପଦକ୍ଷେପ ନେଇ ସୂଚନା ଅପ୍‌ଲୋଡ୍‌ କରାଯାଉଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନାନୁସାରେ, ସମସ୍ତ ଫାୟାର ପଏଣ୍ଟଗୁଡ଼ିକରୁ ୯୫%ରୁ ଅଧିକ ସ୍ଥାନରେ ନିଆଁକୁ ରୋକାଯାଇପାରିଛି। ବନାଗ୍ନି ହ୍ରାସ ପାଇଁ ନିୟୋଜିତ ଅଗ୍ନି ନିରୀକ୍ଷକ, ଭିତ୍ତିଭୂମି ସହ ନିଆଁ ଲିଭାରେ ବ୍ୟବହୃତ ଲିଫ୍‌ ବ୍ଲୋୟର ସଂଖ୍ୟାକୁ ପ୍ରାୟ ଦୁଇଗୁଣ ବୃଦ୍ଧି କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପିଆର୍‌ଆଇ ଓ ଏସ୍‌ଏଚ୍‌ଜି ସହାୟତାରେ ସ୍ଥାନୀୟ ଅଧିବାସୀଙ୍କ ଯୋଗଦାନକୁ ସୁଦୃଢ଼ କରିବାକୁ ଡିଏଫ୍‌ଓମାନଙ୍କୁୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଫରେଷ୍ଟ ଫାୟାର ଟାସ୍କ ଫୋର୍ସ ଅଧ୍ୟକ୍ଷ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri