ବିନାନୁମତିରେ ଚାଲିଛି ୭୬୫ ଘରୋଇ ସ୍କୁଲ

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ):  ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୧,୯୬୯ଟି ଘରୋଇ ଇଂଲିଶ ମିଡିୟମ ସ୍କୁଲ ରହିଛି। ଏଥିରୁ ୭୬୫ଟି ସ୍କୁଲ ରାଜ୍ୟ ସରକାରଙ୍କ ବିନା ଅନୁମତି ବା ସ୍ବୀକୃତିପତ୍ର(Certificate of Recognition)ରେ ଚାଲୁଛି। ଆଉ ୧,୨୦୪ଟି ବିଦ୍ୟାଳୟ ସ୍ବୀକୃତିପତ୍ର ପାଇଛନ୍ତି। ବିନା ସରକାରୀ ଅନୁମତିରେ ଚାଲୁଥିବା ଘରୋଇ ବିଦ୍ୟାଳୟଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଧାନସଭାରେ ବିଧାୟିକା କୁସୁମ ଟେଟେଙ୍କ ଏ ସଂକ୍ରାନ୍ତ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଏହା କହିଥିଲେ। ସେପଟେ ରାଜ୍ୟରେ ହାଇସ୍କୁଲ ସ୍ତରରେ ୧ ହଜାରରୁ ଊର୍ଦ୍ଧ୍ୱ ଘରୋଇ ଇଂଲିଶ ମିଡିୟମ ସ୍କୁଲ ଚାଲୁଥିବାବେଳେ ମାତ୍ର ୩୮୯ଟି ସ୍କୁଲ ସରକାରଙ୍କ ଅନୁମତି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri