ଅଧ୍ୟକ୍ଷ ପଦରେ ୯, କାଉନସିଲର ପାଇଁ ରହିଲେ ୫୫ ପ୍ରାର୍ଥୀ

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ୨ତାରିଖରୁ ମାଲକାନଗିରି ପୌର ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ୭ ତାରିଖ ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିବସରେ ଅଧ୍ୟକ୍ଷ ପଦ ପାଇଁ ୯ ଜଣ ଓ ୧୯ଟି ଓ୍ବାର୍ଡ ପାଇଁ ୫୫ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିଲେ ା ବୁଧବାର ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ସମସ୍ତ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ଥିବା ପୌର ନିର୍ବାଚନ ଅଧିକାରୀ ଅକ୍ଷୟ କୁମାର ଖେମୁଡୁ କହିଛନ୍ତି। ତେବେ ପୌର ଅଧ୍ୟକ୍ଷ ପଦରେ ବିଜେଡିର ମନୋଜ ବାରିକ, କଂଗ୍ରେସର ଜି. ଶ୍ରୀନିବାସ ରାଓ, ଭାଜପାର ଶ୍ୟାମଲ ସୁନାନୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହେବା ନେଇ ଆକଳନ କରାଯାଉଛି। ସ୍ବାଧୀନ ପ୍ରାର୍ଥୀମାନେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri